MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ମେଲାଣି ନେବେ ମା’ ଦୁର୍ଗା

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଆଜି ମେଲାଣି ନେବେ ମା’ ଦୁର୍ଗା। ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବର୍ଷ ମାନଙ୍କ ଭଳି ଚଳିତବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣ ଉତ୍ସବକୁ ଆକର୍ଷଣୀୟ କରିବାକୁ ସବୁ ପୂଜା କମିଟିମାନେ ଭରପୁର ଆୟୋଜନ କରିଛନ୍ତି।

ଶୋଭାଯାତ୍ରା ସମୟରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଆଇନ୍ ଶୃଙ୍ଖଳା ଓ ଟ୍ରାଫିକ୍ ଉପରେ ବିଶେଷ ଧ୍ୟାନ ଦେଇଛି କମିଶନରେଟ୍ ପୋଲିସ। ଭୁବନେଶ୍ୱର ଓ କଟକରେ ଭସାଣି ପାଇଁ କଟକଣା ଜାରି ହୋଇଛି। ଦିନ ୩ଟାରୁ ଭସାଣି ଶେଷ ହେବା ଯାଏ ଏହି କଟକଣା ବଳବତ୍ତର ରହିବ।

ସହିଦ ନଗର ଭସାଣ ବେଳେ କୌଣସି ଯାନବାହନ ଭୁବନେଶ୍ୱର ବାଣୀବିହାର ପଟୁ ରୂପାଲି ଛକ ଆଡ଼କୁ ଯାଇପାରିବେ ନାହିଁ। ସେହି ଗାଡ଼ି ଗୁଡ଼ିକ ଆଚାର୍ଯ୍ୟ ବିହାର ଦେଇ ଯାଇପାରିବେ। ଜନପଥ ରାସ୍ତାରେ ଯାନବାହନ ମନା ରହିଛି।

ନୟାପଲ୍ଲୀ ଭସାଣି ବେଳେ ସିଆରପି ପଟୁ ଗାଡ଼ି କଟକ ଆଡ଼କୁ ଯିବାକୁ ଚାହୁଁଥିବା ଯାନବାହନ ଗୁଡ଼ିକ ଏକାମ୍ର ପାର୍କ,ବିଜୁ ପଟ୍ଟନାୟକ କଲେଜ ରାସ୍ତା ଦେଇ ଜୟଦେବ ବିହାର ଯାଇପାରିବେ।

ସେହିପରି ଚନ୍ଦ୍ରଶେଖରପୁରରେ ଭସାଣ ବେଳେ କିଟ୍ ଛକ ପଟୁ ନାଲକୋ ଛକ ଆଡ଼କୁ କୌଣସି ଯାନବାହାନକୁ ଅନୁମତି ନାହିଁ। ଖୋର୍ଦ୍ଧା ପଟୁ ଆସୁଥିବା ଭାରି ଯାନ ଗୁଡ଼ିକ ଫାୟାର ଷ୍ଟେସନ୍ ଛକ ଠାରୁ ଫ୍ଲାଏ ଓଭର ବ୍ରିଜ ଦେଇ ଯାଇପାରିବେ।

ସେହିଭଳି କଟକରେ କଲେଜ ଛକଠାରୁ ବକ୍ସିବଜାର ଓ ତିନିକୋଣିଆ ବଗିଚା ଦେଇ ଚାନ୍ଦିନଚୌକ ଛକ ପର୍ଯ୍ୟନ୍ତ କୌଣସି ଯାନବାହନ ଯାତାୟତ କରିବ ନାହିଁ। ଚୌଧୁରୀବଜାର ଛକରୁ ପୂର୍ଣ୍ଣ ସାହୁ ଛକ, ଯାଁଳିଆପଟି ଓ ଫିରିଙ୍ଗି ବଜାର ଦେଇ ଦେବୀ ଗଡ଼ା ପର୍ଯ୍ୟନ୍ତ ଏବଂ କଟକ ଚଣ୍ଡୀ ଛକରୁ ଶେଖବଜାର ଓ ମହମ୍ମଦିଆ ବଜାର ରାସ୍ତାରେ ଚାନ୍ଦିନଚୌକ ଛକ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।