January 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମାଟି କୁଡୁଆ ପରିବର୍ତ୍ତେ ଲୁହା କଡ଼େଇରେ ପ୍ରସ୍ତୁତ ହେଉଛି ଅବଢ଼ା

ମୋ ଟିଭି ଓଡିଶା / ପୁରୀ :

ଶ୍ରୀମନ୍ଦିରରେ ଭାଙ୍ଗିଲା ବର୍ଷ ବର୍ଷର ପରମ୍ପରା । କୁମ୍ଭାର ଦ୍ବାର ପ୍ରସ୍ତୁତ ମାଟି କୁଡୁଆରେ ନୁହଁ ବରଂ ଲୁହା କଡେଇରେ ପ୍ରସ୍ତୁତ ହେଉଛି ମହାପ୍ରସାଦ । ଏନେଇ ଅମାନିଆ ସେବକଙ୍କୁ ନୋଟିସ କରିଛି ସୁଆର ମହାସୁଆର ନିଯୋଗ। କିଛି ମୁଷ୍ଟିମେୟ ସୁଆର ସେବକ ସମସ୍ତ ପରମ୍ପରାକୁ ଉଲ୍ଲଂଘନ କରି ଲୁହା କଡେଇରେ ମହାପ୍ରସାଦ ପ୍ରସ୍ତୁତ କରୁଥିବାରୁ ଖୋଦ ସୁଆର ମହାସୁଆର ନିଯୋଗ ଏହି ଆପତ୍ତି ଉଠାଇଛି । ଲୁହା କଡ଼େଇରେ କେବଳ ଅମାଲୁ ଓ ପିଠା ଜାତୀୟ ଭୋଗ ପ୍ରସ୍ତୁତ କରାଯାଇଥାଏ। ମାଟି କୁଡୁଆରେ ସମସ୍ତ ମହାପ୍ରସାଦକୁ ପ୍ରସ୍ତୁତ କରାଯାଇଥାଏ। ତେବେ କୁଡୁଆ ଅଭାବ ଆଳରେ କିଛି ସୁଆର ସେବକ ମହାପ୍ରଭୁଙ୍କ ସମସ୍ତ ପରମ୍ପରାକୁ ନମାନି ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ କରିବା ଠିକ୍ ନୁହେଁ ।  ଉକ୍ତ ଅମାନିଆ ସେବାୟତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଯୋଗେ ଅବଗତ କରିଛି ନିଯୋଗ।

ଏପରି ଅଭିଯୋଗ ଆସିବା ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି । ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ, ରୋଷପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି 7 ଦିନ ଭିତରେ କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି l ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇଦିଆଯାଇଛି l ଏହି ସମ୍ପୃକ୍ତ ସେବକ ଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜର ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ l ଏହି କାର୍ଯ୍ୟର ନିରୀକ୍ଷଣ କରି ରିପୋର୍ଟ ଦାଖଲ ପାଇଁ ସୁରକ୍ଷା ପ୍ରଶାସକଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ l ଶ୍ରୀମନ୍ଦିର ସଂସ୍କୃତି କୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ପରମ୍ପରା ବିରୋଧୀ କାର୍ଯ୍ୟ ବରଦାସ୍ତ କରାଯିବ ନାହିଁ ବୋଲି କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।