ମୋ ଟିଭି ଓଡିଶା / ନୂଆଦିଲ୍ଲୀ :
ଦେଶର ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇଛି।
ମଙ୍ଗଳବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ ରାଜୀବ କୁମାର। ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ।
ନଭେମ୍ବର ୨୦ରେ ଏଠାରେ ଭୋଟ୍ ଗ୍ରହଣ ହେବାକୁ ଥିବାବେଳେ ନଭେମ୍ବର ୨୩ରେ ହେବ ଭୋଟ୍ ଗଣତି। ଅପରପକ୍ଷେ, ଝାଡ଼ଖଣ୍ଡରେ ୮୧ ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ।
ନଭେମ୍ବର ୧୩ ଓ ନଭେମ୍ବର ୨୦ରେ ଝାଡ଼ଖଣ୍ଡରେ ଭୋଟିଂ ହେବ ଏବଂ ଏଠାରେ ମଧ୍ୟ ନଭେମ୍ବର ୨୩ରେ ଫଳାଫଳ ପ୍ରକାଶ ପାଇବ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।