February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଗୁଜରାଟ ପୋରବନ୍ଦର ଏୟାରପୋର୍ଟରେ ବଡ଼ ଦୁର୍ଘଟଣା ।

କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ତଟରକ୍ଷୀ ବାହିନୀର ଚପ୍ପର ଏଏଲଏଚ ଧୃବ କ୍ରାସ ପରେ ଜଳିଯାଇଛି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। ପୋରବନ୍ଦର ବିମାନ ବନ୍ଦରର ଏୟାର ଏନକ୍ଲେଭ ନିକଟରେ ଏହି ଦୁର୍ଘଟଣା ଘଟିଛି। ଗତ ଦୁଇ ମାସ ମଧ୍ୟରେ ଦ୍ୱିତୀୟ ଥର କୋଷ୍ଟଗାର୍ଡ ଚପ୍ପର କ୍ରାସ ଘଟଣା ଘଟିଛି। ଏଏଲଏଚ-ଧୃବକୁ ସାମରିକ ବାହିନୀ ଦ୍ୱାରା ପରିଚାଳିତ କରାଯାଇଥାଏ। ଦୁର୍ଘଟଣା ପରେ ଏହା ଏକ ଖୋଲା ପଡିଆରେ ଜଳିଯାଇଥିବା ଦେଖାଯାଇଥିଲା। ଏହି ହେଲିକପ୍ଟର ରୁଟିନ ଉଡାଣ ବେଳେ ଅଘଟଣ ଘଟିଥିଲା। ତେବେ କିପରି ହେଲା ଦୁର୍ଘଟଣା ତଦନ୍ତ ଜାରି ରହିଛି ।

ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।