MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଗୋରୁ କୁ ବଞ୍ଚେଇବା କୁ ଯାଇ ଯାତ୍ରୀବାହୀ ମାଳତୀ ବସ ଦୁର୍ଘଟଣା ଗ୍ରସ୍ତ : ଗୋରୁର ମୃତ୍ୟୁ : ୧୦ରୁ ଉର୍ଧ୍ଵ ଆହତ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ଅଧିନସ୍ଥ ଲିଙ୍ଗାଗଡ଼ ଗ୍ରାମ ପଞ୍ଚାୟତରେ ମାଳତୀ ନାମକ ଏକ ଘରୋଇ ଯାତ୍ରୀବାହି ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି I ଗତକାଲି ମାଳତୀ ବସ ନମ୍ବର OR-12-C- 2142 ଆସିକା ଠାରୁ ମୁନିଗୁଡା ଅଭିମୁଖେ ଯାଉଥିଲା I ଗାଇ ଷଣ୍ଢ ଲଢେଇ ହୋଇ ଦୁଇ ଗୋଟି ଗୋରୁ ହଠାତ ରାସ୍ତା ଉପରକୁ ଉଠିଆସିଥିଲେ I

ଡ୍ରାଇଭର ବିଜୟ ନାରାୟଣ ପ୍ରଧାନ ଉକ୍ତ ଦୁଇ ଗୋଟି ଗୋରୁଙ୍କୁ ବଞ୍ଚେଇବାକୁ ଯାଇ ବସଟି ରାସ୍ତା କଡ଼କୁ ଖସି ଯାଇ ଓଲଟି ପଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି I ଦୁର୍ଘଟଣାରେ ଗୋଟିଏ ଗାଇ ର ମୃତ୍ୟୁ ହୋଇଛି I ପ୍ରାୟ ୧୦ରୁ ଉର୍ଧ୍ଵ ଜଣ ସାମାନ୍ୟ ଆହତ ହୋଇଥିବା ସୂଚନା ରହିଛି I ଆହତ ବ୍ୟକ୍ତି ଙ୍କୁ ଜି.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ପ୍ରାଥମିକ ଚିକିତ୍ସା କରା ଯାଉଛି I ଦୁର୍ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚିଛନ୍ତି I ଘଟଣା ସ୍ଥଳରେ ଜି. ଉଦୟଗିରି ଏସଡିପିଓ ବିଜୟ କୁମାର ବିଶି, ଥାନା ଭାରପ୍ରାପ୍ତ ଅଧିକାରୀ ଭଗବାନ ପୂଜାରୀ, ଏବଂ ଓଡିଶା ମୋଟର ଚାଳକ ସଂଘ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରୀ ରଖି ପୋଲିସ ଦୁର୍ଘଟଣା ବିଷୟରେ ଅଧିକ ତଦନ୍ତ ଅବ୍ୟାହତ ରଖିଛନ୍ତି I

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।