ମୋଟିଭି ଓଡିଶା / ଭୁବନେଶ୍ୱର :
ବର୍ଷାରେ ଭିଜିଲା ରାଜଧାନୀ ସମେତ ଅନେକ ଅଞ୍ଚଳ। ବିଜୁଳି ଘଡ଼ଘଡ଼ି ସହ ହେଲା ବର୍ଷା। ସେପଟେ ଗରମ ଗୁଳୁଗୁଳିରେ କଟିବ ରଜ। ଆଜି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର. ବରଗଡ, ସୋନପୁର ଏବଂ ବୌଦ୍ଧକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଥିଲେ ମଧ୍ୟ ଆଗକୁ ବଢିବାକୁ ବଳ ପାଉନି। ଏବେ ଦୁଇଟି ଜିଲ୍ଲା କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅଟକି ଯାଇଛି ମୌସୁମୀ। ଆସନ୍ତା ୪ ଦିନ ମଧ୍ୟରେ କାଳବୈଶାଖୀ ବର୍ଷା ବଢିବା ସହ ମୌସୁମୀ ଆଗକୁ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
More Stories
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲେ ମୁଖ୍ୟ ଶାସନ ସଚିବ।
ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।