MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କୋକସରା ସ୍ନାତକ ମହାବିଦ୍ୟାଳୟ ରେ ପ୍ରବାସୀ ଭାରତୀୟ ଦିବସ ପାଳନ

କଳାହାଣ୍ଡି:୧୧/୦୧(ସନତ ପ୍ରଧାନୀ)


କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସଦର ସ୍ନାତକ ମହାବିଦ୍ୟାଳୟ ରେ ୧୮ ତମ ପ୍ରବାସୀ ଭାରତୀୟ ଦିବସ ୩ ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସରେ ଛାତ୍ରଛାତ୍ରୀ ମାନେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଲୋକଙ୍କୁ ପ୍ରବାସୀ ଭାରତୀୟ ଦିବସ ର ବାର୍ତ୍ତା ଦେଇଥିଲେ। ଦ୍ଵିତୀୟ ଦିବସ ରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଉଦଯାପିତ ଦିବସ ରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପୁଷ୍ପରାଜ ମେହେର ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ କୋକସରା ବିଡ଼ିଓ ଡ଼. ହିମାଞ୍ଚଳ ମାଝୀ ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ସୁବ୍ରତ କୁମାର ବେହେରା କ୍ୟାପଟେନ ଅଶ୍ୱିନୀ କୁମାର ପଟ୍ଟନାୟକ ମଞ୍ଚ ରେ ଉପସ୍ଥିତ ରହି ଭାରତ ସରକାର ଙ୍କ ପକ୍ଷରୁ ଓଡ଼ିଶାରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଦେଶ ର ଅର୍ଥନୀତି ବୃଦ୍ଧି ଉପରେ ଗୁରୁତ୍ୱାରୋପ ସହ ଆଲୋକପାତ କରିଥିଲେ।

ଅଧ୍ୟାପକ ଐରି ନାଶନ ଚିନ୍ଦା ମଞ୍ଚ ସଂଯୋଜନା କରିଥିଲେ। ଅଧ୍ୟାପିକା କନକ ମଞ୍ଜରୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।ଅଧ୍ୟାପିକା ଶୁଭଶ୍ରୀ ସାହୁ, ବେଦମତି ବାରିକ ସମେତ ମହାବିଦ୍ୟାଳୟ ର କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।