ଭୁବନେଶ୍ବରରେ ଅୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏହି କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯ ତାରିଖରେ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ। ୧୦ ତାରିଖ ଉଦଯାପନୀ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱରରେ ଆୟୋଜନ ହେବାକୁ ଥିବା ୧୮ଶ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ଖାରବେଳ ଭବନରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
ମୁଖ୍ୟମନ୍ତ୍ରୀ ନିଜେ ଏହାକୁ ଗୁରୁତର ସହ ଅନୁଧ୍ୟାନ କରୁଛନ୍ତି। ଏହି ବୈଠକରେ ସଂସ୍କୃତି ବିଭାଗ ଓ ପର୍ଯ୍ୟଟନ ବିଭାଗ ଅଧିକାରୀ, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମେତ ବିଡିଏ, ବିଏମସି, ସିଏମସିର ଅଧିକାରୀ ଉପସ୍ଥିତ ରହିଥିଲେ। ଦୁଇ ବିଧାୟକ ଓ ମେୟରମାନଙ୍କ ମତ ମଧ୍ୟ ନିଆଯାଇଛି। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ କିଭଳି ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ, ପର୍ଯ୍ୟଟନ କ୍ଷେତ୍ରର ସୌନ୍ଦର୍ଯ୍ୟକରଣ କରାଯିବ ସେନେଇ ଆଲୋଚନା ହୋଇଛି। ବିଶ୍ୱର ୧୪୦ ଦେଶରୁ ୫ ହଜାରରୁ ୭ ହଜାର ପ୍ରବାସୀ ଭାରତୀୟ ଏହି କାର୍ଯ୍ୟକ୍ରମରେ ଯୋଗଦେବେ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ।
ବେଙ୍ଗାଲୁରୁ ପରେ ଅହମଦାବାଦରେ ଚାଇନାର ନୂଆ ଭାଇରସ୍ ଚିହ୍ନଟ।
କାଉଡୋଳା ନିକଟରେ କାର ଦୁର୍ଘଟଣା ଶିଶୁ ସମେତ ୩ ଗୁରୁତର।