ଉପାନ୍ତରୁ ଉପକୂଳ ସବୁଠି ରହିବ ଶୁଖିଲା ପାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ ଡିଗ୍ରୀ ଉପରେ ରହିବ ତାପମାତ୍ରା । ଉପକୂଳରେ ୧୫ ଡିଗ୍ରୀରୁ ଅଧିକ ତାପମାତ୍ରା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ତାପମାତ୍ରା କମ୍ ରହିଛି । ଏଭଳି ପାଗ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ।

୪ ଦିନ ପରେ ରାଜ୍ୟରେ ପୁଣି ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି । ସେପଟେ ଆସନ୍ତା ଦୁଇ ଦିନ ପାଇଁ ଅତି ଘନକୁହୁଡି ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ସୁନ୍ଦରଗଡ, ଢେଙ୍କାନାଳ, କଟକ, କଳହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୨୦ ମିଟର କିମ୍ବା ଜିରୋ ଭିଜିବିଲିଟି ରହିବାର ସମ୍ଭାବନା ରହିଛି । ସେହିଭଳି ଖୋର୍ଦ୍ଧା, ଅନୁଗୁଳ, ଗଜପତି, ଗଞ୍ଜାମ, ରାୟଗଡା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର ଏବଂ ମାଲକାନଗିରିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ ।

ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।