February 28, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କନ୍ଧମାଳ ର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର,: ଜନସାଧାରଣ ଭୟଭୀତ


କନ୍ଧମାଳ, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସୁମେରବନ୍ଧ ଏବଂ ଗୋଛାପଡା ଥାନା ଅଧୀନ କ୍ରାଣ୍ଡିବାଲି, ପକାରୀ ସହ ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ପଡ଼ିଥିବା ଦେଖିବାକୁ ମିଳିଛି। କିଛି ଦିନର ନୀରବତା ପରେ ମାଓବାଦୀ ସଂଗଠନ ଏହି ଅଞ୍ଚଳରେ ପୁଣି ଥରେ ପୋଷ୍ଟର ମାରି ନିଜର ସ୍ଥିତି ଜାହିର କରିଛନ୍ତି। ଏହି ପୋଷ୍ଟର ପଡିବା ପରେ ଅଞ୍ଚଳରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ଗତ ଫେବୃଆରୀ ୫ ତାରିଖ ଦିନ ଗୋଛାପଡା ଥାନା କଙ୍ଗେରିକିଆ ଗାଁରେ ପୋଲିସ ଗୁଳିରେ ମୃତ୍ୟୁବରଣ କରିଥିବା ଦୁର୍ଦ୍ଦାନ୍ତ ମାଓବାଦୀ ଦଶରୁକୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଗତ ଫେବୃଆରୀ ୩ ତାରିଖ ଦିନ ମାଓବାଦୀ ଦଶରୁ ଏକ ଟିମ ସହ କଙ୍ଗେରିକିଆ ଗାଁକୁ ଆସିଥିବା ବେଳେ ଆଗରୁ ପ୍ରସ୍ତୁତ ଥିବା ପୁଲିସ ତା’କୁ ଜୀବନ୍ତ ଧରିଥିଲା ଓ ଫେବୃୟାରୀ ୫ ତାରିଖରେ ପୁଲିସ ତା’କୁ ହତ୍ୟା କରିଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ଦଶରୁର ମାଓବାଦୀ ସଂଗଠନ ପ୍ରତି ଅବଦାନ ବ୍ୟର୍ଥ ଯିବନାହିଁ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି। ପୋଷ୍ଟର ପଡିବା ପରେ ଏହି ଅଞ୍ଚଳ ଗୁଡ଼ିକରେ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଅଞ୍ଚଳବାସୀଙ୍କୁ ଭୟଭୀତ ନ ହେବା ପାଇଁ ଫିରିଙ୍ଗିଆ ଓ ଗୋଛାପଡା ପୁଲିସ ପକ୍ଷରୁ ନିବେଦନ କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।