January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ

ମୋ ଟିଭି ଓଡିଶା / ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତା ଯୋଗ ଦେଇଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ। ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା। ସଂକଳ୍ପ ପତ୍ରରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରା କରିଛୁ, ଆଗକୁ ମଧ୍ୟ କରିବୁ।

ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିଲୁ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ। ଭୁବନେଶ୍ବରରେ ଅଭିଯୋଗ ଶୁଣୁଛି, ସମସ୍ୟା ସମାଧାନ ବି କରୁଛୁ। ଆଗାମୀ ଦିନରେ ସବୁ ଜିଲାରେ ଅଭିଯୋଗ ପ୍ରକୋଷ୍ଠ କରି ଶୁଣାଣି ହେବ। ମିଛ ପ୍ରତିଶ୍ରୁତି ସମସ୍ୟାର ସମାଧାନ ନୁହେଁ, ଆମେ ନିଶ୍ଚିତ ସବୁ ସମସ୍ୟାର ସମାଧାନ କରିବୁ। ଲୋକଙ୍କୁ ଦିଆଯାଇଥିବା ସବୁ ପ୍ରତିଶ୍ରୁତି ନିର୍ଦ୍ଦିଷ୍ଟ ସମୟରେ ସାରିବାକୁ ଚେଷ୍ଟା କରିବୁ।

ଏଥିସହ ମୋହନ ମାଝୀ ବିଜେଡି ସରକାରଙ୍କୁ ମଧ୍ୟ ଖୋଲା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାର ଅଭିଯୋଗ ଶୁଣୁ ନ ଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ। ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା। ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କରିଥିଲେ। ସେଥିପାଇଁ ବିଜେଡି ସରକାରର ପତନ ଘଟିଲା।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।