MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣା ଗ୍ରସ୍ତ, : ଚାଳକ ମୃତ


ବାଲିଗୁଡ଼ା: (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ୫୯ ନଂ ଜାତୀୟ ରାଜପଥ ବାଟାଗୁଡାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଘରେ ବାଡ଼େଇ ହେଲା ମୋଟର ସାଇକେଲ ।

ଦୁର୍ଘଟଣାରେ ମୋଟର ସାଇକେଲ ଚାଳକ ଗୁରୁତର ଅବସ୍ଥାରେ ପଡିଥିବା ଦେଖି ଆଖପାଖ ଲୋକେ ଘଟଣା ସମ୍ପର୍କରେ ବାଲିଗୁଡ଼ା ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ବାଲିଗୁଡ଼ା ପୋଲିସ୍ ଘଟଣା ସ୍ଥଳରେ ପହଁଚି ମୋଟର ସାଇକେଲ ଚାଳକକୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ ।

ସେଠାରେ ଡାକ୍ତର ମୋଟର ସାଇକେଲ ଚାଳକଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ମୃତକ ଜଣକ କ.ନୁଆଗାଁ ଥାନା ଗସାନାଜୁ ଗ୍ରାମର ମାଧବ ମଲ୍ଲିକ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାଗ୍ରସ୍ତ ମୋଟର ସାଇକେଲ ଜବତ କରି ତଦନ୍ତ ଜାରି ରଖିଛି ପୋଲିସ୍ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।