MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ MoU।

ଦିଲ୍ଲୀରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ MoU ହୋଇଛି। ତେବେ ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀଦଳରେ ଥିଲା ବେଳେ ଲାଗୁ କରିବାକୁ ଦାବି କରିଥିଲୁ। ସରକାରକୁ ଆସିବା ପରେ ଆମେ ପ୍ରତିଶ୍ରୁତି ପାଳନ କଲୁ। ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଉପକାର ପାଇବେ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଗୋଟିଏ କାର୍ଡରେ ମିଳିବ।

ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇବେ। ଦେଶର ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ମିଳିବ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି। ସେପଟେ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡିଶା ପାଇଁ ଆଜି ଏକ ଐତିହାସିକ ଦିନ । ଆଗାମୀ ଦିନରେ ଓଡିଶାରେ ବୈପ୍ଳବିକ ପରିବର୍ତ୍ତନ ଆସିବାକୁ ଯାଉଛି । ଆଗାମୀ ଦିନରେ ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର । ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ରହିବେ ଯୋଗ ପ୍ରଶିକ୍ଷକ । ଏହି ବୈପ୍ଳବିକ ପରିବର୍ତ୍ତନ ପାଇଁ ବହୁ ଦନ ଧରି ଅପେକ୍ଷା ରହିଥିଲା । ଆଉ ସମୟ ଏହି ପରିବର୍ତ୍ତନ ଆଣିଦେଇଛି । ବିଳମ୍ୱ ହୋଇଛି ସତ, ହେଲେ କାର୍ଯ୍ୟ ସିଦ୍ଧି ହୋଇଛି । 

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।