MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭୁବନେଶ୍ୱର ଠାରେ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ଅନ୍ତର୍ଗତ ସାଂସଦ କମିଟି ବୈଠକ :

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଆଜି ଭୁବନେଶ୍ୱରରେ ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ ରେଳ ମଣ୍ଡଳ ପରିସୀମା ମଧ୍ୟରେ ଥିବା ସଂସଦୀୟ କ୍ଷେତ୍ରର ମାନ୍ୟବର ସାଂସଦ ମାନଙ୍କ ଏକ ବିଭାଗୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି | ଏହି ବୈଠକରେ ଆନ୍ଧ୍ରପ୍ରଦେଶ ଏବଂ ଓଡିଶାର ବିଶିଷ୍ଟ ସାଂସଦ ମାନଙ୍କ ସହ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲଙ୍କ ସମେତ ବରିଷ୍ଠ ରେଳ ଅଧିକାରୀଙ୍କ ସହିତ ବିଭିନ୍ନ ଭିତ୍ତିଭୂମି ଓ ଯାତ୍ରୀ ସେବା ସମ୍ବନ୍ଧରେ ଆଲୋଚନା କରାଯାଇଥିଲା |

ମାନ୍ୟବର ସାଂସଦମାନେ ବରିଷ୍ଠ ସାଂସଦ ତଥା ମାନ୍ୟବର ଲୋକସଭା ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବଙ୍କୁ ବିଭାଗୀୟ କମିଟିର ସଭାପତି ଭାବରେ ମନୋନୀତ କରିଥିଲେ | ଏହି ବୈଠକରେ ଯୋଗଦାନ କରିଥିବା ମାନ୍ୟବର ସାଂସଦମାନେ ହେଲେ _

  • ଶ୍ରୀ କେ ରାମମୋହନ ନାଇଡୁ, ମାନ୍ୟବର ବିମାନ ଚଳାଚଳ ମନ୍ତ୍ରୀ ତଥା ସାଂସଦ / ଶ୍ରୀକାକୁଲମ
  • ଶ୍ରୀ ବିଭୂ ପ୍ରସାଦ ତରାଇ, ମାନ୍ୟବର ସାଂସଦ / ଜଗତସିଂହପୁର
  • ଡକ୍ଟର ସମ୍ବିତ ପାତ୍ର, ମାନ୍ୟବର ସାଂସଦ / ପୁରୀ
  • ଶ୍ରୀମତୀ ସୁଲତା ଦେଓ, ମାନ୍ୟବର ସାଂସଦ / ରାଜ୍ୟସଭା
  • ଶ୍ରୀ ସୁଭାଷ ଖୁଣ୍ଟିଆ, ମାନ୍ୟବର ସାଂସଦ / ରାଜ୍ୟସଭା
  • ଡ଼. ପ୍ରଦିପ କୁମାର ପାଣିଗ୍ରାହୀ, ମାନ୍ୟବର ସାଂସଦ / ବ୍ରହ୍ମପୁର
  • ଶ୍ରୀ ଅନନ୍ତ ନାୟକ, ମାନ୍ୟବର ସାଂସଦ / କେନ୍ଦୁଝର
  • ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀ, ମାନ୍ୟବର ସାଂସଦ / କନ୍ଧମାଳ
  • ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରା, ମାନ୍ୟବର ସାଂସଦ / ଯାଜପୁର
  • ଶ୍ରୀ ଅଭିମନ୍ୟୁ ସେଠୀ, ମାନ୍ୟବର ସାଂସଦ / ଭଦ୍ରକ

ସାଂସଦମାନେ ଗଠନମୂଳକ ଆଲୋଚନାରେ ଭାଗନେଇ ରେଳ ଭିତ୍ତିଭୂମି ବୃଦ୍ଧି ତଥା ଏହି ଅଞ୍ଚଳରେ ଯାତ୍ରୀଙ୍କ ସୁବିଧାରେ ଉନ୍ନତି ଆଣିବା ପାଇଁ ସେମାନଙ୍କର ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ | ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ଦ୍ୱାରା ନିଆଯାଇଥିବା ବିକାଶମୂଳକ ପଦକ୍ଷେପ ପାଇଁ ସେମାନେ କୃତଜ୍ଞତା ଜଣାଇବା ସହ ଚାଲୁରହିଥିବା ପ୍ରକଳ୍ପର ଗୁରୁତ୍ୱକୁ ଦର୍ଶାଇ ଟ୍ରେନ୍ ସେବା, ଟ୍ରେନ ରହଣି ଏବଂ ଯାତ୍ରୀ ସୁବିଧା ସମ୍ପର୍କରେ ବିଶେଷ ଭାବେ ଆଲୋଚନା କରିଥିଲେ |

ବୈଠକରେ ଆଲୋଚନା ହୋଇଥିବା ପ୍ରମୁଖ ବିଷୟଗୁଡ଼ିକ ହେଲା _

  • ବୃଦ୍ଧି ପାଉଥିବା ଯାତ୍ରୀ ଚାହିଦା ମେଣ୍ଟାଇବା ପାଇଁ ଟ୍ରେନ୍ ଚଳାଚଳ ଦିବସ ବୃଦ୍ଧି ଏବଂ ଉପାନ୍ତ ଅଞ୍ଚଳକୁ ଟ୍ରେନ ସେବା ସମ୍ପ୍ରସାରଣ କରିବା |
  • ନୂତନ ରେଳ ଲାଇନ ନିର୍ମାଣ କାର୍ଯ୍ୟ ଶୀଘ୍ର ସମ୍ପନ୍ନ କରିବା |
  • ରୋଡ଼ ଅଣ୍ଡର ବ୍ରିଜ୍ (ଉପମାର୍ଗ) ଏବଂ ରୋଡ୍ ଓଭର ବ୍ରିଜ୍ ର ବିକାଶ |
  • ଷ୍ଟେସନ ମାନଙ୍କରେ ଯାତ୍ରୀଙ୍କ ସୁବିଧା ସୁଦୃଢ଼ କରିବା |
  • ଟ୍ରେନ, ପ୍ଲାଟଫର୍ମ ଓ ଷ୍ଟେସନ ପରିସରରେ ସ୍ୱଚ୍ଛତା ସମ୍ବନ୍ଧରେ ବିଶେଷ ଧ୍ୟାନଦେବା |
  • ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକୁ ସମୟ ସୀମା ମଧ୍ୟରେ କାର୍ଯ୍ୟକ୍ଷମ କରିବା |
  • ବିଭିନ୍ନ ଷ୍ଟେସନ ଠାରେ ଟ୍ରେନ ମାନଙ୍କର ରହଣି | ଆଞ୍ଚଳିକ ପାନ୍ୟପାରିବହନ ଚାହିଦା ପୁରାଣ କରିବା ସହିତ କ୍ରମାଗତ ଭାବେ ଯାତ୍ରୀବାହୀ ଟ୍ରେନ ଚଳାଚଳ କ୍ଷେତ୍ରରେ ଉନ୍ନତି ଆଣିବା କ୍ଷେତ୍ରରେ ପୂର୍ବତଟ ରେଳପଥର ପ୍ରଚେଷ୍ଟାକୁ ମାନ୍ୟବର ସାଂସଦ ମାନେ ପ୍ରଶଂସା କରିଥିଲେ |

ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ତାଙ୍କ ଅଭିଭାଷଣରେ ସାଂସଦମାନଙ୍କୁ ସ୍ୱାଗତ କରିବା ସହ ସେମାନଙ୍କର ମୂଲ୍ୟବାନ ମତାମତ, ଉପଦେଶ ଏବଂ ସମର୍ଥନ ପାଇଁ କୃତଜ୍ଞତା ଜଣାଇଛନ୍ତି | ଯାତ୍ରୀ ସେବାରେ ଉନ୍ନତି ଏବଂ ଚାଲୁରହିଥିବା ଭିତ୍ତିଭୂମି ବିକାଶ ପ୍ରକଳ୍ପ ଉପରେ ଧ୍ୟାନ ଦେଇ ସେ ପୂର୍ବତଟ ରେଳପଥର କାର୍ଯ୍ୟଦକ୍ଷତା ଉପରେ ମଧ୍ୟ ଆଲୋକପାତ କରି ଯାତ୍ରୀ ପରିଷେବା କ୍ଷେତ୍ରରେ ଉନ୍ନତି ଆଣିବା ଏବଂ ବିଭିନ୍ନ ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକର ଅଗ୍ରଗତିର ସ୍ଥିତି ସମ୍ବନ୍ଧରେ ସୂଚନା ପ୍ରଦାନ କରିଥିଲେ |

ଏହି ବୈଠକରେ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଏଚ ଏସ ବଜୱା ଙ୍କ ସମେତ ରେଳପଥ ମୁଖ୍ୟାଳୟର ପ୍ରମୁଖ ବିଭାଗୀୟ ଅଧିକାରୀ ଓ ଖୋର୍ଦ୍ଧା ରୋଡ ରେଳମଣ୍ଡଳର ଅଧିକାରୀମାନେ ଯୋଗ ଦେଇଥିଲେ |

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।