MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଔଷଧ ପତ୍ର ବ୍ୟବସାୟଙ୍କୁ ହତ୍ୟା : ଅଭିଯୁକ୍ତ ଫେରାର

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ଗ୍ରାମରେ ଜଣେ କ୍ୱାକଙ୍କୁ ହତ୍ୟା କରାଯାଇଛି।


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ଗ୍ରାମରେ ଜଣେ କ୍ୱାକଙ୍କୁ ହତ୍ୟା କରାଯାଇଛି।

କରଡ଼ା ଗ୍ରାମର ଅନିକ ପଟ୍ଟନାୟକ ନାମକ ବ୍ୟକ୍ତି ଗ୍ରାମରେ ଔଷଧ ପତ୍ର ବ୍ୟବସାୟ କରି ଆସୁଥିଲେ। ମଙ୍ଗଳବାର ସନ୍ଧ୍ୟାରେ ପୋଢ଼ମାରୀ ଗ୍ରାମରୁ କୌଣସି କାମରେ ଯାଇ ଫେରୁଥିବା ବେଳେ ଘରଠାରୁ ୧୫୦ ମିଟର ଦୂରରେ ତାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା।

ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ରାଇକିଆ ମେଡିକାଲ ଅଣାଯାଇଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପୂର୍ବ ଶତ୍ରୁତାକୁ ନେଇ ଅନିକଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଅଭିଯୁକ୍ତ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ମୃତକଙ୍କ ପତ୍ନୀ ଗୀତାରାଣୀ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ରାଇକିଆ ଥାନାରେ ଏକ ମାମଲା(୧୪୨ /୨୪) ରୁଜୁ ହୋଇ ତଦନ୍ତ ଅବ୍ୟାହତ ଥିବା ଥାନା ପକ୍ଷରୁ କୁହାଯାଇଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।