MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନାକେଦମ୍ କଲାଣି ଜିନ୍ନତ।

ପ୍ରଥମେ ଝାଡଖଣ୍ଡ ଆଉ ଏବେ ପଶ୍ଚିମବଙ୍ଗ ପଳାଇଥିବା ସୂଚନା। ଗତକାଲି ରାତିରେ ଝାଡ଼ଖଣ୍ଡର ଜାମସେଦପୁର ରେଞ୍ଜ ଛାଡ଼ି ସେ ପଶ୍ଚିମବଙ୍ଗର ବେଲପାହାଡି ଜଙ୍ଗଲକୁ ଚାଲି ଯାଇଛି। ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ । ଜିନ୍ନତକୁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ଶିମିଳିପାଳ ଅଭୟାରଣ୍ୟକୁ ଅଣା ଯାଇଥିଲା। ପ୍ରଥମେ ତାଙ୍କୁ ଶିମିଳିପାଳରେ ଏନକ୍ଲୋଜରରେ ରଖାଯାଇଥିଲା।ପରେ ତାକୁ ଶିମିଳିପାଳର କୋର ଏରିଆ ଭିତରେ ଛାଡ଼ି ଦିଆଯାଇଥିଲା। ତେବେ ଗତ ୧୦ ତାରିଖରେ ଜିନ୍ନତ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡ ପଳାଇଥିଲା।

ଜିନ୍ନତ ଝାଡ଼ଖଣ୍ଡର ଜାମସେଦପୁର ରେଞ୍ଜର ଚାକୁଳିଆ ଅଞ୍ଚଳରେ ଥିଲା। ଗତକାଲି ରାତିରେ ସେ ସେଠାରୁ ପଶ୍ଚିମବଙ୍ଗର ବେଲପାହାଡ଼ି ଜଙ୍ଗଲକୁ ପଳାଇଛି। ଜିନ୍ନତକୁ ଜିପିଏସ ଟ୍ରାକିଂରେ ରଖାଯାଇଥିବା ବେଳେ ସେ ଝାଡ଼ଖଣ୍ଡରେ ଥିବା ସମୟରେ ଏକ ସ୍ୱତନ୍ତ୍ର ଟିମ ତା’ର ଗତିବିଧି ଉପରେ ନଜର ରଖିଥିଲେ। ସେ ଝାଡ଼ଖଣ୍ଡରେ ଥିବା ସମୟରେ ଶିକାର କରି ଖାଇଥିବା ଓ ତା’ର ସ୍ୱାସ୍ଥ୍ୟ ଭଲ ଥିବା ନେଇ ବନ ବିଭାଗ ପକ୍ଷରୁ କୁହାଯାଇଥିଲା। ତେବେ ତାକୁ ସେଠାରୁ ଫେରାଇ ଆଣିବାର ସମସ୍ତ ଯୋଜନା ଫେଲ୍ ମାରିଛି।

ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।