February 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ସନ୍ଧ୍ୟା ୭ଟା ୧୫ରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ

ମୋଟିଭି ଓଡିଶା / ନୂଆ ଦିଲ୍ଲୀ : ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେପିର ବରିଷ୍ଠ ନେତା ନରେନ୍ଦ୍ର ମୋଦୀ ଏବଂ ନୂତନ କେନ୍ଦ୍ର ମନ୍ତ୍ରୀ ପରିଷଦକୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ରାଷ୍ଟ୍ରପତି ନୂଆ ସରକାର ଗଠନ ପାଇଁ ମନୋନୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଥିଲେ। ଆଜି ସନ୍ଧ୍ୟା ୭ଟା ୧୫ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।

ଶପଥ ଗ୍ରହଣ ସମାରୋହ ପୂର୍ବରୁ ମୋଦି ଆଜି ନୂଆଦିଲ୍ଲୀର ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ଜାତୀୟ ଯୁଦ୍ଧ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଶୁକ୍ରବାର ମୋଦି ରାଷ୍ଟ୍ରପତିଙ୍କୁ ଭେଟି ନୂଆ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଥିଲେ। ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନେତୃତ୍ୱରେ ଏନଡିଏର ଏକ ପ୍ରତିନିଧି ଦଳ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟି ଏକ ଚିଠି ପ୍ରଦାନ କରିଥିଲେ ଯେ ନରେନ୍ଦ୍ର ମୋଦୀ ବିଜେପି ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଏନଡିଏର ସହଯୋଗୀ ଦଳଗୁଡ଼ିକର ସମର୍ଥନ ପତ୍ର ମଧ୍ୟ ରାଷ୍ଟ୍ରପତିଙ୍କୁ ହସ୍ତାନ୍ତର କରାଯାଇଥିଲା।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।