ବାଲିଗୁଡା :(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):
କନ୍ଧମାଳ ଜିଲ୍ଲା ବାଲିଗୁଡା ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଶନିବାର ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ବିଚାର ବିଭାଗୀୟ ଅଦାଲତରେ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ଶୁଭଶ୍ରୀ ତ୍ରିପାଠୀ ଏହି ରାଷ୍ଟ୍ରୀୟ ଲୋକ ଅଦାଲତକୁ ଉଦଘାଟନ କରିବା ସହ ନିଜ ଅଦାଲତ ପରିଚାଳନା କରିଥିଲେ।
ଏଡିଜେ ନିଜ ଅଦାଲତରେ ୨ଟି ମାମଲା ଫଇସଲା କରି ମୋଟ ୮ ଲକ୍ଷ ଟଙ୍କା ଆଦାୟ କରାଯାଇଥିଲା । ସେହିପରି ସିଭିଲ ଜଜ ଅପୂର୍ଵ ରାୟ j(ସିନିୟର ଡିଭିଜନ) ର ନିଜ ଅଦାଲତରେ ୧ଟି ମାମଲା, ଏସଡିଜେଏମ ମହମ୍ମଦ ସାହାଫେଜଲ ନିଜ ଅଦାଲତରେ ୧୯ଟି ମାମଲା ବିଚାର କରି ଫଇସଲା କରିଥିଲେ । ଏଥିରେ ବାଲିଗୁଡା ଓକିଲ ସଂଘର ସମସ୍ତ ସଦସ୍ୟ ଏବଂ ଅଦାଲତ କର୍ମଚାରୀମାନେ ଉପସ୍ଥିତ ରହି ପରିଚାଳନାରେ ସହାୟତା କରିଥିଲେ ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।