January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାଲିଗୁଡାରେ ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ବାଲିଗୁଡା,(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଆନୁକୂଲ୍ୟରେ ବାଲିଗୁଡା ଶାଖା ପକ୍ଷରୁ ଜାତୀୟ ବରିଷ୍ଠ ନାଗରିକ ଦିବସ ସ୍ଥାନୀୟ ମା’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ପାଳିତ ହୋଇଯାଇଛି ।

ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଉପ ଜିଲାପାଳ ଡା. ରୀନା ପ୍ରଧାନ, ମୁଖ୍ୟବକ୍ତା ଭାବେ ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡା, ସମ୍ମାନିତ ଅତିଥି ଭାବେ ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ପ୍ରବନ୍ଧକ ବିରଞ୍ଚି ନାରାୟଣ ବରିହା, ଆଲୋଚକ ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ.ମଧୁସୁଦନ ମହାପାତ୍ର, ପ୍ରମୁଖ ମଞ୍ଚାସୀନ ଥିଲେ । ବାଲିଗୁଡା ବରିଷ୍ଠ ନାଗରିକ ମଞ୍ଚର ସଭାପତି ବିଜୟ ଚନ୍ଦ୍ର ଖଣ୍ଡଗିରି ସଭାପତିତ୍ବ କରିଥିବା ବେଳେ ସମ୍ପାଦକ ମନ୍ମଥ କୁମାର ରାଉଳ ବିବରଣୀ ପଠନ କରିଥିଲେ ।

ପ୍ରହଲ୍ଲାଦ ପ୍ରସାଦ ଲେଙ୍କା ସ୍ବାଗତ ଭାଷଣ ସହ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବରିଷ୍ଠ ନାଗରିକ ମାନଙ୍କ ସମ୍ପର୍କିତ ବିଭିନ୍ନ ବିଷୟରେ ଆଲୋଚନା କରାଯାଇଥିଲା। ଶେଷରେ ରାଜ କିଶୋର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ବାଲିଗୁଡା ଅଞ୍ଚଳର ବହୁ ବରିଷ୍ଠ ନାଗରିକ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।