MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିରୋଧୀ ଦଳ ନେତା ହେଲେ ନବୀନ…..

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଶାସନରେ ପରାଜୟର ସ୍ୱାଦ ଚାଖିବା ପରେ ପ୍ରଥମଥର ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ୨୪ ବର୍ଷ ଧରି ଶାସନ କରିଥିବା ବିଜେଡି କ୍ଷମତାଚ୍ୟୁତ ହେବା ପରେ ଆଜି ବିରୋଧୀ ଦଳ ନେତା ବଛାଯାଇଛି । ବୈଠକରେ ନବନିର୍ବାଚିତ ୫୧ ଜଣ ବିଜେଡି ବିଧାୟକ ଓ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ। ଶଙ୍ଖଭବନରେ ଆୟୋଜିତ ବୈଠକରେ ଦଳୀୟ ବିଧାୟକମାନେ ନବୀନଙ୍କୁ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ କରିଛନ୍ତି। ସର୍ବସମ୍ମତିକ୍ରମେ ବିଜେଡି ବିଧାୟକ ଦଳର ନେତା ହୋଇଛନ୍ତି ନବୀନ। ନିଜର ରାଜନୀତିକ କ୍ୟାରିୟରରେ ନବୀନ ପ୍ରଥମଥର ପାଇଁ ବିରୋଧୀ ଦଳର ନେତା ହୋଇଛନ୍ତି। କାରଣ ୨୦୦୦ ମସିହାରୁ ୨୦୨୪ ଯାଏ ସେ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରି ଆସିଥିଲେ। ୫ଥର ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କୁ ଏଥର ହାରିବାକୁ ପଡ଼ିଥିଲା। ଫଳରେ ସେ ବିରୋଧୀ ଦଳ ନେତା ହୋଇଛନ୍ତି। ବିଜେଡି ବିଧାୟକ ଦଳର ନେତା ହେବା ପରେ ନୀବନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେମାନଙ୍କୁ କୃତଜ୍ଞତା ଓ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି। ଏବେ ନବୀନ ବିଧାନସଭାରେ ବିରୋଧୀ ଦଳ ନେତା ଭୂମିକା ବହନ କରିବେ । ସେହିପରି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ବିରୋଧୀ ଦଳର ଉପ ନେତା ହୋଇଛନ୍ତି। ବିଜେଡି ସରକାରରେ ବିଧାନସଭାର ବାଚସ୍ପତି ଥିବା ବିଞ୍ଝାରପୁରର ବିଧାୟିକା ପ୍ରମିଳା ମଲ୍ଲିକ ବିରୋଧୀ ଦଳର ମୁଖ୍ୟ ସଚେତକ ଓ ଆଳି ବିଧାୟକ ପ୍ରତାପ ଦେବ ବିରୋଧୀ ଦଳ ଉପମୁଖ୍ୟ ସଚେତକ ହୋଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।