ମୋଟିଭି ଓଡିଶା : ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ। ଆଜି ଦିନ ୧୧ଟା ୩୦ମିନିଟରେ ରାଜଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଧାନସଭାରେ ବିଜେଡିର ପରାଜୟ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ। ୨୦୦୦ ମସିହା ମାର୍ଚ୍ଚ ୫ରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ନବୀନ। ଚଳିତ ନିର୍ବାଚନରେ ବଡ ପରାଜୟର ସାମ୍ନା କରିଛି ବିଜେଡି । ୨୦୧୯ରେ ୧୧୩ ଆସନ ଜିତିଥିବା ବିଜେଡି ୨୦୨୪ ନିର୍ବାଚନରେ ମାତ୍ର ୫୧ଟି ଆସନରେ ଜିତିବାକୁ ସକ୍ଷମ ହୋଇଛି । ଏହାସହ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀ ହେବା ଆଶା ଧୂଳିସାତ ହୋଇଛି । ୭୮ ଆସନରେ ବିଜୟ ସହ ବିଜେପି ବହୁମତ ପାଇଥିବା ବେଳେ ପୂର୍ବ ଘୋଷଣା ଅନୁଯାୟୀ ଆସନ୍ତା ୧୦ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ୨୦୦୦ ମସିହାରୁ ଲଗାତାର ମୁଖ୍ୟମନ୍ତ୍ରୀ ହୋଇ ଆସୁଥିଲେ ନବୀନ । ତେବେ ୨୦୨୪ ମସିହାରେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି ।ଏହାପରଠାରୁ ଲଗାତାର ୫ଥର ତାଙ୍କ ଦଳ ଜିତିବା ପରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ନବୀନ ପଟ୍ଟନାୟକ ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ। ନିର୍ବାଚନରେ ବିଜେଡି ପରାଜିତ ହୋଇଥିଲେ ବି ଓଡ଼ିଶାବାସୀଙ୍କ ହୃଦୟରେ ନବୀନ ସଦା ସର୍ବଦା ରହିଛନ୍ତି।
ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକଙ୍କ ଇସ୍ତଫା ।

More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।