MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନାଁ ନନେଇ ତେରେଛା ବାଣ ମାରିଛନ୍ତି ମୋହନ ମାଝୀ । ଲୋକଙ୍କ କାମ କରିବା ଓ ବିକାଶ ଧାରାକୁ ଆଗକୁ ନେବା ପାଇଁ ବିଜେପି ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ପୂରଣ କରୁଛନ୍ତି । ଯେଉଁମାନେ ପୂର୍ବରୁ ଦାୟିତ୍ଵ ନେଇ କାମ କରୁଥିଲେ, ସେମାନଙ୍କୁ ଲୋକ ଭେଟି ପାରୁନଥିଲେ । ଆଜି ସେମାନେ ଲୋକଙ୍କ ପାଖକୁ ଯାଉଛନ୍ତି । କିନ୍ତୁ ବିଜେପି ସରକାରର କାର୍ୟ୍ୟ ଶୈଳୀ ଦେଖି ସେମାନେ ଆଜି ଆଇଭୋରି ଟାୱାରରୁ ବାହାରି ଧୂଳି ଖାଇବାକୁ ବାଧ୍ୟ ହେଉଛନ୍ତି । ତାଙ୍କୁ ଲମ୍ବା ସମୟ ଦେଇଥିଲେ ଓଡ଼ିଶା ବାସୀ । ବିଜେପି ସରକାରର କାର୍ୟ୍ୟ ଧାରାକୁ ଦେଖି ବ୍ୟତିବ୍ରସ୍ତ ହେଉଛନ୍ତି । ଏହା ସହ ମଞ୍ଚରେ ବସିଥିବା କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କୁ ମଧ୍ୟ କଡା କାଉଣ୍ଟର କରିଛନ୍ତି ମୋହନ ମାଝୀ । କହିଲେ ଓଡ଼ିଶା ସବୁଠୁ ଗରିବ ରାଜ୍ୟ ବୋଲି କହିବା ଠିକ୍ ହେଲା ନାହିଁ । ଏଥିପାଇଁ ଦାୟୀ କିଏ ? ତାହାର ଉତ୍ତର ବି ଆସିବା କଥା । ପ୍ରକୃତରେ ଯଦି ଓଡ଼ିଶା ଆଗକୁ ନେବାର ଥିଲା, ତେବେ ଆଜି ପର୍ୟ୍ୟନ୍ତ ଅନେକ ଥର ଲୋକମାନେ ଦାୟିତ୍ଵ ଦେଇଥିଲେ । କିନ୍ତୁ ରାଜ୍ୟକୁ କିଏ ଏଭଳି ସ୍ଥିତିରେ ପହଞ୍ଚାଇଛି । ଏଭଳି କହି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନାଯୋଗ୍ୟ, ୨ ଦିନ ହେବ ନବୀନ ପଟ୍ଟନାୟକ ବୁଲି ବୁଲି କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ବୁଝୁଛନ୍ତି । ଯାହାକୁ ନେଇ ମୋହନ ମାଝୀ ଏଭଳି କହିଛନ୍ତି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।