January 26, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜିଠୁ ନବରାତ୍ର ପୂଜା ଆରମ୍ଭ: ଉତ୍ସବମୁଖର ଶକ୍ତିିପୀଠ

ମୋ ଟିଭି ଓଡିଶା / କଟକ:

ଶାରଦୀୟ ଦୁର୍ଗା ପୂଜା ଅବସରରେ ଆଜିଠାରୁ ଆରମ୍ଭ ହୋଇଛି ନବରାତ୍ର ପୂଜା। ଏଥିଲାଗି ରାଜ୍ୟର ପ୍ରାୟ ସମସ୍ତ ଶକ୍ତିପୀଠ ଗୁଡିକ ଉତ୍ସବମୂଖର ହୋଇଉଠିଛି। ମାଆ କଟକ ଚଣ୍ତୀଙ୍କ ପୀଠରେ ଧୁମଧାମ ସହକାରେ ନବରାତ୍ର ପୂଜା ଚାଲିଛି। ନବରାତ୍ର ବ୍ରତ ଧାରଣ କରି ଭକ୍ତମାନେ ମାଆଙ୍କର ପୂଜାର୍ଚ୍ଚନା କରୁଛନ୍ତି।

ନାବରାତ୍ରର ପ୍ରଥମ ଦିନରେ ମା’ଙ୍କୁ ‘ଶୈଳପୁତ୍ରୀ’ ଭାବରେ ପୂଜା କରାଯାଏ । ମା’ ପର୍ବତରାଜ ହିମାଳୟଙ୍କ ପୁତ୍ରୀ ହୋଇଥିବାରୁ ତାଙ୍କୁ ଶୈଳପୁତ୍ରୀ କୁହାଯାଏ । ପୌରାଣିକ କିମ୍ବଦନ୍ତୀ ଅନୁସାରେ ପୂର୍ବ ଜନ୍ମରେ ମା’ ସତୀ ନାମରେ ପରିଚିତ ଥିଲେ ଏବଂ ଭଗବାନ ଶିବଙ୍କ ପତ୍ନୀ ଥିଲେ। ସତୀଙ୍କ ପିତା ଦକ୍ଷ ପ୍ରଜାପତି ଭଗବାନ ଶିବଙ୍କୁ ଅପମାନିତ କରିଥିଲେ । ସେଥିପାଇଁ ସତୀ ଯଜ୍ଞ ଅଗ୍ନିରେ ନିଜକୁ ଭଷ୍ମ କରିଦେଇଥିଲେ। ପରବର୍ତ୍ତୀ ଜନ୍ମରେ, ଏହି ସତୀ ଶୈଳପୁତ୍ରୀ ହୋଇ ଜନ୍ମ ନେଇଥିଲେ ଓ ଭଗବାନ ଶିବଙ୍କୁ ବିବାହ କରିଥିଲେ । ଏହି ସ୍ୱରୂପରେ ମା’ ବୃଷଭ ପିଠିରେ ବିରାଜମାନ କରିଥାନ୍ତି । ତେଣୁ ମା’ ଙ୍କୁ ବୃଷାରୁଢା ନାମରେ ମଧ୍ୟ ଆବାହନ କରାଯାଏ । ମା’ଡାହାଣ ହସ୍ତରେ ତ୍ରିଶୂଳ ଏବଂ ବାମ ହସ୍ତରେ କମଳ ପୁଷ୍ପ ସହିତ ମସ୍ତକରେ ଅର୍ଦ୍ଧଚନ୍ଦ୍ରଶୋଭା ପାଇଥାଏ । ମାଆଙ୍କର ପ୍ରିୟ ରଙ୍ଗ ଧଳା ।

ପ୍ରଥମ ଦିବସେ ଶୈଳପୁତ୍ରୀ ରୂପେ
ମନୋବାଞ୍ଛା ପୂର୍ଣ୍ଣ କରିବ
ତ୍ରିଶୂଳ ଧାରିଣୀ ମା ବୃଷଭ ବାହିନୀ
ଅର୍ଦ୍ଧଚନ୍ଦ୍ର ଶୋଭା ପାଇବ !!

୯ ଦିନରେ ମା ୯ଟି ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ। ମାଆଙ୍କର ଏହି ମନୋରମ ବେଶକୁ ଦର୍ଶନ କରିବା ଲାଗି କାହିଁ କେତେ ଦୂରରୁ ଲକ୍ଷାଧିକ ଭକ୍ତ ଛୁଟି ଆସନ୍ତି। ସେପଟେ ଦୁର୍ଗାପୂଜାକୁ ଆଉ ମାତ୍ର ହାତ ଗଣତି କିଛିଟା ଦିନ ବାକି ରହିଛି। ମହାଳୟାରେ ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିରେ ଖଡି ଲାଗି ପରେ ଆଜିଠୁ ରଙ୍ଗକାମ କରାଯାଉଛି । ବିଭିନ୍ନ ମଣ୍ଡପରେ ସାଜସଜା, ରୁପା ମେଢ ଓ ତୋରଣ କାମ ମଧ୍ୟ ଜୋରସୋରରେ ଚାଲିଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।