ମୋ ଟିଭି ଓଡିଶା / ଭୁବନେଶ୍ୱର :
ଆଜି ହଉଛି ନୂତନ ମନ୍ତ୍ରୀ ମଣ୍ଡଳର ପ୍ରଥମ ବିଧାନସଭା ବୈଠକ l ମଙ୍ଗଳବାର ଏବଂ ବୁଧବାର ବିଧାନସଭାରେ ୧୪୭ ବିଧାୟକ ଶପଥ ଗ୍ରହଣ କରିବେ । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଧାୟକଙ୍କୁ ଶପଥ ପାଠ କରାଇବେ । ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଏହାପୂର୍ବରୁ ପୋଲିସ ଡିଜି ଅରୁଣ ଷଡଙ୍ଗୀ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ତିନି ଦିନିଆ ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କେବଳ ଯେଉଁମାନଙ୍କ ପାଖରେ ବିଧାନସଭାର ପାସ୍ ଥିବ ସେଇମାନେ ବିଧାନସଭାକୁ ପ୍ରବେଶ କରିପାରିବେ । ସୁରକ୍ଷା ଦାୟିତ୍ୱରେ ୭୫ ପୋଲିସ ଅଧିକାରୀଙ୍କ ସହ ଆଠ ପ୍ଲାଟୁନ ପୋଲିସ ରହିବେ । ନିଜେ ପୋଲିସ କମିଶନର ସୁରକ୍ଷା ଦାୟିତ୍ୱରେ ରହିବେ । ଏହି ସମୟରେ ଲୋୟର ପିଏମଜିରେ କୌଣସି ଧାରଣା ନାହିଁ । ପୋଲିସ କଣ୍ଟ୍ରୋଲ ରୁମ୍ ଜରିଆରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ ହେବ
More Stories
ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଶପଥ ପାଠ ଅନୁଷ୍ଠିତ
ଲୋକସେବା ଭବନରେ ରାଷ୍ଟ୍ରୀୟ ଏକତା ଦିବସ
ଜିଲ୍ଲା ବଞ୍ଜରା ସମାଜ ପକ୍ଷରୁ ଓଏଏସ ପାଇଥିବା ପ୍ରତିଭା ଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା।