February 28, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନିରାକାରପୁର ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ।

ମୋ ଟିଭି ଓଡିଶା / ଖୋର୍ଦ୍ଧା :

ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ସ୍ଥିତ ଆରାଧ୍ୟ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସ୍ନାନପୂର୍ଣ୍ଣିମା ଉତ୍ସବ ମନ୍ଦିର ପରିଚାଳନା ଟ୍ରଷ୍ଟ ପକ୍ଷରୁ ନୀତିକାନ୍ତି ସହିତ କରାଯାଇଛି । ଶନିବାର ସକାଳୁ ବଳଭଦ୍ର, ସାନ ଭାଇ ଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ସ୍ନାନ ମଣ୍ଡପକୁ ବିଜେ କରାଯାଇଥିଲା । ସକାଳ ୮ ଟାରେ ସ୍ନାନ ମଣ୍ଡପରେ ଜୟ ମଙ୍ଗଳା ଆଳତୀ ପରେ ପୂର୍ବାହ୍ନ ୧୦ଟାରେ ସ୍ନାନ ବେଦୀରେ ସ୍ନାନ ପୂର୍ଣ୍ଣିମା ନୀତିକାନ୍ତି ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ୧୦୮ ସୁବାସିତ କଳସ ଜଳରେ ଶ୍ରୀଜୀଉମାନଙ୍କୁ ସ୍ନାନ କରାଯାଇଥିଲା । ମଧ୍ୟାହ୍ନ ୧୨ଟାରେ ବଲ୍ଲଭ ମଣୋହୀ ନୀତି ହୋଇ ମଧ୍ୟାହ୍ନରେ ମଙ୍ଗଳାର୍ପଣ କରାଯାଇଥିଲା । ଦିନ ସାଢେ ଗୋଟାଏରେ ଗଜାନନ ବା ହାତୀ ବେଶରେ ତିନି ଠାକୁର ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ । ଦିନରେ ଖେଚୁଡ଼ି ଧୂପ ଅନୁଷ୍ଠିତ ହେବା ପରେ ରାତ୍ରରେ ତିନି ଠାକୁର ଅଣବସର ଘରେ ପ୍ରବେଶ କରିଛନ୍ତି । ଏହି ସ୍ନାନ ପୂର୍ଣ୍ଣିମା ଅବସରରେ ବହୁ ସଂଖ୍ୟାରେ ଭକ୍ତ ସ୍ନାନ ବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ ।ଏହି ସମୟରେ ମନ୍ଦିର ପରିଚାଳନା କମିଟିର ସମସ୍ତ ସଭ୍ୟ ମାନେ ଉପସ୍ଥିତ ରହି ଠାକୁରଙ୍କ ରିତିନୀତି ପୂଜାପାଠରେ ସହଯୋଗ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।