MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୪ଦିନ ଯାଏଁ ତାତିରୁ ନାହିଁ ନିସ୍ତାର: ଦକ୍ଷିଣକୁ ପ୍ରବଳ ବର୍ଷା ସତର୍କତା

ମୋଟିଭି ଓଡିଶା :

ରାଜ୍ୟରେ ତାତିରୁ ନିସ୍ତାର ନାହିଁ। ଆସନ୍ତା ୪ଦିନ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଏହାପରେ ୨ରୁ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ବୁଧବାର ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଊର୍ଦ୍ଧ୍ବ ରହିଥିଲା। ନୂଆପଡ଼ାରେ ସର୍ବାଧିକ ୪୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା।  ସେପଟେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୩-୪ ଦିନ ମଧ୍ୟରେ ସକ୍ରିୟ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାସହିତ ଆସନ୍ତା ୧୩ ଓ ୧୪ ତାରିଖରେ ସମୁଦ୍ରରେ ୪୫-୫୫ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।

ତେଣୁ ଏହି ଦୁଇ ଦିନ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଆଜିଠାରୁ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗତ ୨୪ ଗଣ୍ଟା ମଧ୍ୟରେ ଫୁଲବାଣୀରେ ୪୯.୬ ମି.ମି ଏବଂ ନବରଙ୍ଗପୁରରେ ୨୬.୪ ମି.ମି. ବର୍ଷା ହୋଇଛି। ଆଜି(ଗୁରୁବାର) ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।