ସୁନ୍ଦରଗଡ଼( ଦେବେନ୍ଦ୍ର କୁମାର ଭିତ୍ରିଆ ) ୩୧/୧୦/୨୪:
ଆଜି ହେଉଛି ଭାରତ ର ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ବାର୍ଷିକୀ । ତାଙ୍କ ଜନ୍ମ ବାର୍ଷିକୀ କୁ “ରାଷ୍ଟ୍ରୀୟ ଏକତା ଦିବସ” ଭାବେ ଦେଶ ର କୋଣ ଅନୁକୋଣ ରେ ପାଳନ କରାଯାଇଥାଏ।

ଏହି ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଆଜି ସଦଭାବନା ଭବନ ଠାରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସର ରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଯୋଗ ଦେଇ ଜିଲ୍ଲା ବିଭିନ୍ନ ବିଭାଗୀୟ ଅଧିକାରୀ, କର୍ମଚାରୀ ମାନଙ୍କୁ ରାଷ୍ଟ୍ରୀୟ ଏକତା, ଅଖଣ୍ଡତା ଏବଂ ସୁରକ୍ଷା କୁ ବଜାୟ ରଖିବାକୁ ଶପଥ ପାଠ କରାଇଥିଲେ।
ଏହି ଶପଥ ପାଠ କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ପବିତ୍ର ମୋହନ ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କିଷ୍ଣା କୁମାରୀ ନନ୍ଦ ତଥା ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ମାନେ ଉପସ୍ଥିତ ଥିଲେ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।