February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଫେବ୍ରୁଆରୀ ୧୭ରେ ଆସିବ ଓଡ଼ିଶା ବଜେଟ୍ ।

ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ଉପସ୍ଥାପନ କରିବେ ରାଜ୍ୟ ବଜେଟ୍ । ଫେବ୍ରୁଆରୀ ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଯାହାକି ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୨୮ଟି କାର୍ଯ୍ୟ ଦିବସ ରହିଛି । ଫେବୃଆରୀ ୧୩ ରୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ପରେ ଫେବ୍ରୁଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ। ପୁନଃ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ୟ୍ୟନ୍ତ ୨ୟ ପର୍ଯ୍ୟାୟ ଅଧିବେଶନ କାର୍ଯ୍ୟ ଚାଲିବ। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଫେବ୍ରୁଆରୀ ୧୭ ତାରିଖରେ ଆସିବ ରାଜ୍ୟ ବଜେଟ୍ । ଯାହାକୁ ସାଢେ ଚାରି କୋଟି ଓଡ଼ିଆ ଅନେଇ ବସିଛନ୍ତି । ଖାସ୍ କରି ନୂଆ ବଜେଟରେ ଲୋକଙ୍କ ପାଇଁ କେଉଁ କେଉଁ ଯୋଜନା ଆରମ୍ଭ ହେବା ସହିତ, କେଉଁ ବିଭାଗ ପାଇଁ କେତେ ଅର୍ଥ ବ୍ୟୟ ବରାଦ କରାଯିବ, ତାହା ହିଁ ଗୁରୁତ୍ୱପୂର୍ଣ୍ଣ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।