ମୋ ଟିଭି ଓଡିଶା / ଭୁବନେଶ୍ୱର :
ମୁମ୍ବାଇରେ ନିବେଶକ ସମ୍ମିଳନୀରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । India Chem ସମ୍ମିଳନୀରେ ମଧ୍ୟ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ନିବେଶକଙ୍କୁ ନିମନ୍ତ୍ରଣ କରିବେ । ଜାନୁଆରୀ ୨୦୨୫ରେ ଓଡ଼ିଶାରେ ହେବ ଉତ୍କର୍ଷ ସମ୍ମିଳନୀ l କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ଜୋରଦାର ଉଦ୍ୟମ କରୁଛନ୍ତି ମୋହନ ସରକାର ।
ନୂଆଦିଲ୍ଲୀ ପରେ ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ସୋ’ । ଆସନ୍ତା ୧୮ ଓ ୧୯ ରେ ଶିଳ୍ପ ନଗରୀ ମୁମ୍ବାଇରେ ଆୟୋଜିତ ହେବ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ଓ ରାଜ୍ୟର ବରିଷ୍ଠ ଅଧିକାରୀ ।
ରାଜ୍ୟରେ ଶିଳ୍ପାୟନ ଲାଗି ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜିନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର । ୧୯ ତାରିଖରେ ୩୦୦ରୁ ଉର୍ଦ୍ଧ୍ବ ନିବେଶକଙ୍କ ସହ ଆଲୋଚନା କରିବେ ମୋହନ ସରକାର । ବିଭିନ୍ନ ସେକ୍ଟରର ନିବେଶକ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ଆସନ୍ତା ୧୮ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେଉଛି ଇଣ୍ଡିଆ କେମ କାର୍ଯ୍ୟକ୍ରମ । ଗସ୍ତର ପ୍ରଥମ ଦିନରେ ମୁମ୍ବାଇରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।
କାର୍ଯ୍ୟକ୍ରମକୁ ଉଦଘାଟନ କରିବେ କେନ୍ଦ୍ର ରସାୟନ ମନ୍ତ୍ରୀ ଜଗଦୀଶ ପ୍ରସାଦ ନଡ୍ଡା । ଓଡ଼ିଶାର ପାରାଦ୍ୱୀପ, ଗୋପାଳପୁର ଓ ଧାମରାରେ କେମିକାଲ ଶିଳ୍ପ ପ୍ରତିଷ୍ଠା ଲାଗି ବାତାବରଣ ବା ବ୍ୟବସ୍ଥା ରହିଛି । ତେଣୁ ଆଗାମୀ ଦିନରେ ଏଠାକୁ କେମିକାଲ ଶିଳ୍ପ ଆସିବା ଲାଗି ସମ୍ଭାବନା ରହିଛି ।
More Stories
ଫିଲ୍ମ ଏମରଜେନ୍ସି ଦେଖିବାକୁ ପ୍ରିୟଙ୍କା ଗାନ୍ଧୀଙ୍କୁ ନିମନ୍ତ୍ରଣ ଦେଲେ କଙ୍ଗନା ରାଣାୱତ
ଭେଙ୍କଟେଶ୍ୱରଙ୍କ ମନ୍ଦିର ବାହାରେ ଦଳାଚକଟା।
ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ ।