MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସିଙ୍ଗାପୁର ସହ ଓଡ଼ିଶାର ଏମ୍ଓୟୁ

ସିଙ୍ଗାପୁର ସହ ଓଡ଼ିଶାର ଏମ୍ଓୟୁ। ଆସନ୍ତା ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ହେବାକୁ ଥିବା ବେଳେ, ଏହାର ୧୦ ଦିନ ପୂର୍ବରୁ ସିଙ୍ଗାପୁର ସହ ୮ଟି ପ୍ରକଳ୍ପ ଉପରେ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି ରାଜ୍ୟ ସରକାର।ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏମ୍ଓୟୁ ସ୍ବାକ୍ଷର କରିଛନ୍ତି ଓଡ଼ିଶା ସରକାର। ଇଣ୍ଡଷ୍ଟ୍ରିଆଲ ପାର୍କ, ଗ୍ରୀନ୍ ହାଇଡ୍ରୋଜେନ୍ ମାନୁଫାକ୍ଚରିଂ, ଗ୍ରୀନ୍ ସିପିଂ କରିଡର୍, ସେମିକଣ୍ଡକ୍ଟର, ନୂତନ ସହର ବିକାଶ, ପେଟ୍ରୋକେମିକାଲ୍ ଓ ଦକ୍ଷତା ବିକାଶ ଆଦି କ୍ଷେତ୍ରରେ ଏହି ଏମ୍ଓୟୁ ହୋଇଛି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେବା ସହ, ଆଗକୁ ଆହୁରି ଅନେକ ଏମ୍ଓୟୁ ହେବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । ଯାହା ଫଳରେ ଆଗାମୀ ଉତ୍କର୍ଷ ଓଡ଼ିଶା କନକ୍ଲେଭର ସଫଳତାକୁ ନେଇ ଆଶା ସଞ୍ଚାର ହୋଇଛି । ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଦୃଷ୍ଟିରେ ରଖି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଗତବର୍ଷ ନଭେମ୍ବରରେ ସିଙ୍ଗାପୁର ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀ। ଏହି ଗସ୍ତ ଅବସରରେ ଓଡ଼ିଶା ସରକାରଙ୍କ ଅନୁରୋଧ ରକ୍ଷା କରି ସିଙ୍ଗାପୁର ରାଷ୍ଟ୍ରପତି ଓଡ଼ିଶା ଆସିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଭୁବନେଶ୍ବର ସ୍ଥିତ ୱାଲ୍ଡ ସ୍କିଲ ସେଣ୍ଟର ପରିଦର୍ଶନ କରିଥିଲେ ଶନ୍ମୁଗରତ୍ନମ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।