January 27, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷିବ

ମୋ ଟିଭି ଓଡିଶା / ଭୁବନେଶ୍ୱର :

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହା ସହ ଜଡିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି । ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୨ ଦିନରେ ଓଡ଼ିଶା ଉପକୂଳରେ ପହଞ୍ଚିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା ।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ୧୯ ତାରିଖ ଅର୍ଥାତ୍ ଆସନ୍ତାକାଲି ଲଘୁଚାପର ରହିବ ସର୍ବାଧିକ ପ୍ରଭାବ । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ କୋରାପୁଟ, ମାଲକାନଗିରି, ଗଂଜାମ ଓ ଗଜପତି ଏହି ୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ପାଇଁ ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଆସନ୍ତାକାଲି ପାଇଁ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଂଜାମ, ଗଜପତି, ରାୟଗଡା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ନୂଆପଡା, ବଲାଙ୍ଗୀର, ସୋନପୁର, ନୟାଗଡ, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।