ମୋଟିଭି ଓଡିଶା : ପୁରୀ (ରାଜେଶ ମହାପାତ୍ର) ଚାପ ର ନବମ ଦିନ ରେ ନନ୍ଦା ଓ ଭଦ୍ରା ରେ ଚାପ ଖେଳୁଛନ୍ତି ପ୍ରଭୂ ମଦନମୋହନ,ପ୍ରଭୂ ରାମକୃଷ୍ଣ, ଭୂଦେବୀ,ଶ୍ରୀଦେବୀ ଓ ପଞ୍ଚୁପାଣ୍ଡବ, ଜମ୍ବେଶ୍ୱର(ଯୁଧିଷ୍ଠୀର), ମାର୍କଣ୍ଡେଶ୍ୱର(ଅର୍ଜୁନ), ଲୋକନାଥ(ଭୀମ), କପାଳମୋଚନ(ନକୁଳ), ନୀଳକଣ୍ଠ(ସହଦେବ)।
ବୈଶାଖ ଶୁକ୍ଳ ତୃତୀୟା ଅର୍ଥାତ୍ ଅକ୍ଷୟ ତୃତୀୟାରେ ବିଧି ମୁତାବକ ମହାପ୍ରଭୁ ଙ୍କ ଚାପ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ୨୧ ଦିନ ଶୀତଳ ଉପଚାରରେ ରହିବେ ଓ ବାହାର ଚନ୍ଦନ ଯାତ୍ରାରେ ଲୀଳା କରିବେ ମହାପ୍ରଭୁ ଜଗନ୍ନାଥ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ ।ଶ୍ରୀମନ୍ଦିର ରେ ପାଳିତ ଦ୍ଵାଦଶ ଯାତ୍ରା ମଧ୍ୟରୁ ଏହା ଅନ୍ୟତମ।
ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ ଚଂଦନ ଯାତ୍ରା। ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରୁଛନ୍ତି। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ, ଭୂଦେବୀ ଓ ପଞ୍ଚମହାଦେବ । ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା ଓ ଭଦ୍ରା ଡଙ୍ଗାରେ ଜଳକ୍ରିଡ଼ା କରୁଛନ୍ତି ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା।
ମାନବୀୟ ଲୀଳା ଖେଳା କରୁଥିବା ମହାପ୍ରଭୁ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ସାଧାରଣ ମଣିଷ ପରି ଶୀତଳ ଉପଚାରରେ ରୁହନ୍ତି।
More Stories
ଛିଲିପାମାଲ ଗ୍ରାମରେ କାଳେଶ୍ୱର ମହାଦେବ ନୂତନ ମନ୍ଦିର ର ରତ୍ନମୁଦ ଉତ୍ସବ ଅନୁଷ୍ଠିତ।
ଓଲମା ଗ୍ରାମରେ କାଳେଶ୍ୱର ମହାଦେବ ନୂତନ ମନ୍ଦିର ର ରତ୍ନମୁଦ ଉତ୍ସବ ଅନୁଷ୍ଠିତ
ଶ୍ରୀ ଜଗନ୍ନାଥ ମହୋତ୍ସବ ଷଷ୍ଠ ଦିବସରେ ମହାଯଜ୍ଞ ମହାପ୍ରଭୁଙ୍କ ପ୍ରାଣପ୍ରତିଷ୍ଠା ଓ ପ୍ରବଚନ।