MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜାତୀୟ କ୍ରୀଡ଼ା ଦିବସରେ ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ


ବାଲିଗୁଡ଼ା : (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

ଆଜି ହକିର ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ । ଏହି ଦିନକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରୁଛି ସାରା ଦେଶ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରୁ ଆରମ୍ଭ ହୋଇ ଆଦିବାସୀ ମହାବିଦ୍ୟାଳୟ ଯାଏଁ ଏବଂ ସେଠାରୁ ପୁଣି ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ସମାପ୍ତ ହୋଇଥିଲା ଏହି ମିନି ମାରାଥନ୍ ।

ଉପଖଣ୍ଡ କ୍ରୀଡ଼ା ସଙ୍ଘର ସଭାପତି ତଥା ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ ଓ ଏସଡିପିଓ ରାହୁଲ ଗୋଏଲ୍ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ସମ୍ମୁଖରୁ ପତାକା ଦେଖାଇ ମିନି ମାରାଥନର ଶୁଭାରମ୍ଭ କରିଥିବା ବେଳେ ଏଥିରେ ଜିଲ୍ଲାର ବିଭିନ୍ନ ବ୍ଲକ୍ ରୁ ପ୍ରାୟ ତିନି ଶହରୁ ଉର୍ଧ୍ଵ ଯୁବକ ଯୁବତୀ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଅଞ୍ଚଳର ଯୁବ ପିଢ଼ିଙ୍କ ଲୁକ୍କାୟିତ ପ୍ରତିଭାକୁ ଆଗକୁ ଆଣିବା ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଛନ୍ତି ସଙ୍ଘର ସଭାପତି ତଥା ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ ।

ଏଥିରେ ବାଳକ ଓ ବାଳିକା ବର୍ଗରୁ ୧୦ ଜଣ କୃତି ଯୁବକ, ଯୁବତୀଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ମା’ ପାଇଁ ଗଛଟିଏ ଉଦ୍ଦେଶ୍ୟରେ ଷ୍ଟାଡିୟମ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଓ ଏସଡିପିଓଙ୍କ ସମେତ ଉପଖଣ୍ଡ କ୍ରୀଡ଼ା ସଙ୍ଘର ଉପସଭାପତି ପ୍ରଶାନ୍ତ କୁମାର ସାହୁ, ସମ୍ପାଦକ ତୀର୍ଥବାସୀ ଘଡେ଼ଇଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନା କରିଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।