MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅଦିନିଆ ବର୍ଷା ବିପତ୍ତି, ଚାଷୀଙ୍କୁ ଆଶ୍ୱସ୍ତି ଦେଲେ ରାଜସ୍ବ ମନ୍ତ୍ରୀ।

ଫସଲବୀମା ନେଇ ବୀମା କମ୍ପାନୀଙ୍କୁ ରାଜସ୍ୱ ମନ୍ତ୍ରୀଙ୍କ କଡ଼ା ଚେତାବନୀ। ଚାଷୀଙ୍କୁ ହଇରାଣ କଲେ କି ଟାଳଟୁଳ ନୀତି ଦେଖାଇଲେ କଡ଼ା ଆକ୍ସନ ନେବେ ସରକାର। ଫସଲବୀମା ନିୟମ କମ୍ପାନୀ ଲାଭ ପାଇଁ ନୁହେଁ ବୋଲି କହିଛନ୍ତି ସୁରେଶ ପୂଜାରୀ। ଏସମୟରେ ବୀମା କମ୍ପାନୀ ମାନେ ଚାଷୀଙ୍କ ପ୍ରତି ସମ୍ବେଦନଶୀଳ ହେବା ଦରକାର। ୨୪ ତାରିଖ ଯାଏ ୨୦ ହଜାରରୁ ଅଧିକ ଚାଷୀ ବୀମା ପାଇଁ ଆବେଦନ କରି ସାରିଲେଣି। ସେମାନଙ୍କୁ ବୀମା ପ୍ରଦାନ ନେଇ ବୀମା କମ୍ପାନୀ ଗୁଡିକ ଆଇନ ଅନୁଯାଇ କାମ କରିବା ଦରକାର। ପୂର୍ବ ଭଳି ବେଲାଇନ ହେଲେ ସରକାରଙ୍କ ପାଖରେ ବହୁତ ଅସ୍ତ୍ର ଅଛି ସେମାନଙ୍କୁ ଲାଇନକୁ ଆଣିବାକୁ। ଇନ୍ସୁରାନ୍ସ କମ୍ପାନୀ ସହ କୃଷି ବିଭାଗ ୨ଟି ମିଟିଙ୍ଗ କରି ସାରିଲାଣି।

ଏହା ସହ ରାଜସ୍ବ ମନ୍ତ୍ରୀ କହିଛନ୍ତି, ଅନେକ ସ୍ଥାନରେ ଫସଲ ନଷ୍ଟ ହୋଇଛି। ଯାହା ଫଳରେ ମଣ୍ଡି ଖୋଲିବା ତାରିଖ ମଧ୍ୟ ଘୁଞ୍ଚାଇବାକୁ ବାଧ୍ୟ ହେଉଛି। ପରିସ୍ଥିତିକୁ ନଜରରେ ରଖି ପୁଣି ଥରେ ମଣ୍ଡି ଖୋଲିବା ସୂଚୀ ପ୍ରକାଶ ହେବ। ଲଗାତାର ବର୍ଷା ଯୋଗୁଁ ଏଯାଏଁ କ୍ଷୟକ୍ଷତି ଆକଳନ ହୋଇନି। କୃଷି ବିଭାଗ ସହ ଆଲୋଚନା ହୋଇଛି। ସମବାୟ ବିଭାଗର ବି ଭୂମିକା ଅଛି। ୨୮ ତାରିଖରେ ରାଜସ୍ୱ କୃଷି ସମବାୟ ସହ ଅନ୍ୟ ବିଭାଗ ବୈଠକ ରହିଛି। କ୍ଷୟକ୍ଷତି ରିପୋର୍ଟ ଆସିବା ପରେ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବ। ତାପରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ଥିତି ନେଇ ଅବଗତ କରାଯିବ। ଯଦି କିଏ ସର୍ଭେରୁ ବାଦ ପଡ଼ିଥିବେ ତାହେଲେ ରାଜସ୍ବ ବିଭାଗ ନିକଟରେ ଅଭିଯୋଗ ବି କରିପାରିବେ। ସରକାର ଅତିସମ୍ବେଦନଶୀଳତା ସହ ସ୍ଥିତି ଉପରେ ନଜର ରଖିଛନ୍ତି। ମନ୍ତ୍ରୀ ବିଧାୟକ ମାନେ ଗ୍ରାଉଣ୍ଡ ଜିରୋରେ ଅଛନ୍ତି। ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ମୋହନ ସରକାର ଅତି ସମ୍ବେଦନ ଶୀଳ ବୋଲି କହିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।