February 28, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଘର ଭୁଶୁଡି ଚାପି ହୋଇ ଜଣେ ମୃତ, ପୋଲିସ ର ତଦନ୍ତ ଜାରି।

କଳାହାଣ୍ଡି:୧୬/୦୪ : ସୋମବାର ବିଳମ୍ବିତ ରାତିରେ ମାଟି କୁଡ଼ିଆ ଘରେ ଶୋଇଥିବା ସମୟରେ ଘର ଭୁଶୁଡି ପଡିବାରୁ ଚାପି ହୋଇ ଜଣେ ବ୍ୟକ୍ତି ଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ସାଗରପଡା ଗ୍ରାମ ର ଘାସିରାମ ହଂସ (୪୨) ବୋଲି ଜଣାପଡିଛି। ତାଙ୍କ ନିଜସ୍ୱ ଗାଁ ପୋଡ଼ାଗୁଡା ହୋଇଥିବା ବେଳେ ସେ ସିଉନି ସାଗରପଡା ଗ୍ରାମରେ ନିଜ ମାମୁଁ ଘରେ ଏକ ଦୋକାନ ଦେଇ ନିଜର ପରିବାର ଚଳାଉ ଥିଲେ।

ହେଲେ ଗତକାଲି ରାତିରେ ଖାଇପିଇ ଶୋଇଥିବା ସମୟରେ ଘର ଭୁଶୁଡି ଚାପି ହୋଇ ତାଙ୍କର ମୃତ ହୋଇଥିବା ସୂଚନା ମିଳିଛି। ମଙ୍ଗଳବାର ସକାଳୁ ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ କୋକସରା ଡାକ୍ତର ଖାନାକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ପରେ ଶବ କୁ ପରିବାର ବର୍ଗଙ୍କୁ ହସ୍ତାନ୍ତର କରି ଆମପାଣି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।

ଅନ୍ୟ ପଟେ ଘରର ଏକ ମାତ୍ର ରୋଜଗାରିଆ ସ୍ବାମୀ ଙ୍କୁ ହରାଇ ସ୍ତ୍ରୀ ଓ ପରିବାର ଭାଙ୍ଗି ପଡିଛନ୍ତି। ସରକାରୀ ସ୍ତରରେ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ମାନେ ଦାବି କରିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।