MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଜ୍ରାଘାତରେ ଗୋଟିଏ ପରିବାର ର ଜଣେ ମୃତ ଚାରି ଗୁରୁତର।

ମୋ ଟିଭି ଓଡିଶା / ସୋର : ୧୮/୦୮/୨୪

ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ଚାରିଜଣ ଗୁରୁତର ହୋଇଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ସୋର ବ୍ଲକ ନଟାପଡା ପଂଚାୟତ ୱାଦା ଗ୍ରାମର ହରିଶ ମଳିକ (୧୮) ଏବଂ ଆହତ ମାନେ ହେଲେ ସେହି ଗ୍ରାମର ସୁଭଦ୍ରା ମଳିକ(୧୭) ମତାଜୀ ମଳିକ(୪୫) ଭାଗ୍ୟଲକ୍ଷ୍ମୀ ମଳିକ(୩୬) ଓ ଜ୍ୟୋତିପ୍ରିୟା ମଳିକ (୨୦)।

ସମସ୍ତେ ଗୋଟିଏ ପରିବାରର ହୋଇଥିବା ବେଳେ ଆଜି ଆଜି ସକାଳେ ସାଙ୍ଗହୋଇ ବିଲକୁ କାମ କରିବାକୁ ଯାଇଥିଲେ। ବର୍ଷା ଘଡଘଡି ହେବାରୁ ସମସ୍ତେ ଗୋଟିଏ ଜାଗାରେ ବସିଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା। ଏଥିରେ ସମସ୍ତେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଓ ପରିବାର ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ଡ଼ାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ହରିଶ ଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଡାକ୍ତର ଖାନାରେ ପହଂଚି ଶବ ଜବତ କରି ବ୍ୟବଛେଦ ପାଇଁ ରଖିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।