MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ୩୧ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ…..

ଆସନ୍ତା ମାର୍ଚ୍ଚ ୩୧ ତାରିଖ ଶୁଦ୍ଧା ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ଶେଷ କର। ଏପରି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ ସେନେଇ ରାଜ୍ୟ ସରକାର ଜାରି କରିଥିବା SOPକୁ କଡାକଡି ପାଳନ କରିବାକୁ ମଧ୍ୟ ହାଇକୋର୍ଟ କହିଛନ୍ତି। ସମସ୍ତ ପୋଲିସ କର୍ମଚାରୀଙ୍କୁ SOP ବାବଦରେ ଜଣାଇବା ପାଇଁ ରାଜ୍ୟର ସମସ୍ତ ଥାନା ଏବଂ ଫାଣ୍ଡିରେ ଓଡ଼ିଆ ଭାଷାରେ SOPକୁ ବ୍ୟାପକ ଭାବେ ପ୍ରଚାର କରିବାକୁ ହାଇକୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି। ପୋଲିସ ADG ଦୟାଲ ଗଙ୍ଗୱାର ଦାଖଲ କରିଥିବା ସତ୍ୟପାଠକୁ ସରକାର ଓ ପୋଲିସ ମୁଖ୍ୟାଳୟ କଡାକଡି ଭାବେ ପାଳନ କରିବେ ବୋଲି ଆଶା ବ୍ୟକ୍ତ କରି ନିଜ ଆଡୁ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ।

ଗତ ସେପ୍ଟେମ୍ବର ୧୫ ତାରିଖ ରାତିରେ ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତ ଥାନାରେ ପୋଲିସ ମାଡ଼ ମାରିବା ସହ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଆଇଆଇସି ସମେତ ୫ ଜଣଙ୍କୁ ନିଲମ୍ବିତ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି। ଏହି ମାମଲା ସମଗ୍ର ଦେଶରେ ହଇଚଇ ସୃଷ୍ଟି କରିଥିଲା। ସେତେବେଳେ ସିସିଟିଭି ଥାନାରେ ନ ଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିଲା। ଭରତପୁର ଆଦର୍ଶ ଥାନା ହୋଇଥିବା ବେଳେ କିପରି ସେଠାରେ ସିସିଟିଭି ଲାଗି ନାହିଁ ,ତାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ହାଇକୋର୍ଟ ଭରତପୁର ମାମଲାର ଶୁଣାଣି କରିବା ସମୟରେ ରାଜ୍ୟର କେଉଁ ଥାନାରେ ସିସିଟିଭି ଲାଗିଛି ଓ କେଉଁ ଥାନାରେ ସିସିଟିଭି ଲାଗିନାହିଁ ସମସ୍ତ ସ୍ଥିତି ଜଣାଇବାକୁ ଏଡିଜି ଆଧୁନିକୀକରଣଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।