MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଓଡ଼ିଶାରେ ସରକାରୀ ଚାକିରି; ସୁଯୋଗ ନେବେ +2 ପ୍ରାର୍ଥୀ

ଓଡ଼ିଆ ଯୁବକଙ୍କ ପାଇଁ ଖୁସି ଖବର। ଓଡ଼ିଶାରେ ରହି ସରକାରୀ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଆପଣ ଯଦି ଏମାନଙ୍କ ମଧ୍ୟରୁ ଜଣେ ତେବେ ଏହି ଖବର ଆପଣଙ୍କ ପାଇଁ। ଓଡିଶା କର୍ମଚାରୀ ଚୟନ ଆୟୋଗ (OSSC) ଏହି ସୁଯୋଗ ନେଇ ଆସିଛି। ଏନେଇ OSSC ଏକ ବିଜ୍ଞପ୍ତି ପ୍ରକାଶ କରିଛି।

ଏହି ନିଯୁକ୍ତି ମାଧ୍ୟମରେ OSSC ରେ ଗ୍ରୁପ୍ C ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମଚାରୀ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୩୨୪ ଟି ପଦବୀ ପୂରଣ ହେବ । +2 ପାଶ୍ କରିଥିବା ପ୍ରାର୍ଥୀ ମଧ୍ୟ ସୁଯୋଗ ନେଇପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ OSSC ର ଅଫିସିଆଲ୍ ୱେବ୍‌ସାଇଟ୍‌ ossc.gov.in.କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଅଫିସିଆଲ୍ ୱେବ୍‌ସାଇଟ୍‌କୁ ଯାଇ What’s New ତାଲିକାରେ ଏହାର PDF ଲିଙ୍କ୍ ଦେଖିପାରିବେ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।