ଜମ୍ମୁକାଶ୍ମୀର ବାନ୍ଦିପୋରାରେ ବଡ଼ ଦୁର୍ଘଟଣା । ଓଲଟିଲା ସେନା ଗାଡ଼ି, ୩ ଯବାନ ମୃତ । ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୨ସେନା ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ରାସ୍ତା କଡ଼ରେ ଥିବା ଖାଲରେ ସେନା ଗାଡ଼ିଟି ପଡ଼ିଯିବା ପରେ ସେନା ଗାଡ଼ି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଯାଇଥିଲା। ଡାକ୍ତରଖାନାର ମେଡିକାଲ ଅଧୀକ୍ଷକ ଡାକ୍ତର ମସରତ ଇକବାଲ ୱାନି କହିଛନ୍ତି ଯେ ୫ ଆହତଙ୍କୁ ଏଠାକୁ ଅଣାଯାଇଥିଲା, ସେଥିମଧ୍ୟରୁ ୨ ଜଣ ମୃତ, ୩ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ଶ୍ରୀନଗରକୁ ପଠାଯାଇଛି। ଦୁର୍ଘଟଣା ପରେ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି ।
ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।