January 27, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ହୃଦଘାତରେ ଆଖିବୁଜିଲେ ପଦ୍ମଶ୍ରୀ କମଳା ପୂଜାରୀ; ମୁଖ୍ୟମନ୍ତ୍ରୀଙ୍କ ଶୋକ, ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ

ମୋ ଟିଭି ଓଡିଶା / କଟକ :

ଆଉ ନାହାନ୍ତି ମାନବସେବୀ ପଦ୍ମଶ୍ରୀ କମଳା ପୂଜାରୀ । କଟକ ଏସସିବି ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ୭୦ବର୍ଷ ବୟସରେ ସେ ଆଖି ବୁଜିଛନ୍ତି । ଗତ ୧୮ ତାରିଖରୁ ଅସୁସ୍ଥତା କାରଣରୁ କଟକ ଏସସିବିରେ ଭର୍ତ୍ତି ହୋଇଥିବା ବେଳେ ଆଜି (ଶନିବାର) ସକାଳେ ତାଙ୍କର ହୃଦଘାତ ଘଟିଥିଲା । କିଡନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ କମଳା ପୂଜାରୀ । ଅନ୍ୟପଟେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ କମଳା ପୂଜାରୀଙ୍କ ଶେଷ କୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏସସିବି ମେଡିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ । ତାଙ୍କ ଚିକିତ୍ସା ପାଇଁ ମେଡିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ ବିଭାଗର ୪ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଥିଲା । ହେଲେ ଆଜି ସକାଳେ ତାଙ୍କର ହୃଦଘାତ କାରଣରୁ ମୃତ୍ୟୁ ହୋଇଥିବା ନେଇ ଡାକ୍ତର ଜୟନ୍ତ ପଣ୍ଡା ସୂଚନା ଦେଇଛନ୍ତି ।

ଅସାଧାରଣ ତ୍ୟାଗୀ ମହିଳା ପଦ୍ମଶ୍ରୀ କମଳା ପୂଜାରୀଙ୍କ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ ହେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି l ଓଡିଶାର ଗୌରବ ତଥା କୃଷିବିତ୍ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଭିନ୍ନ କିସମର ଧାନ ସଂରକ୍ଷଣ କରିବା ଦିଗରେ ସେ ଦେଶରେ ଉଦାହରଣ ସୃଷ୍ଟି କରିଥିଲେ । ଜନଜାତି ସମୁଦାୟରୁ ଆସି କୃଷି ବିଶେଷତଃ ଜୈବିକ ଚାଷ କ୍ଷେତ୍ରରେ ତାଙ୍କର ଅସାଧାରଣ ଅବଦାନ ଚିର ସ୍ମରଣୀୟ ହୋଇରହିବ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।