MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟତା ରାଶି ଘୋଷଣା । ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ଦେବେ ରାଜ୍ୟ ସରକାର । ଚଳିତ ମାସ ଜାନୁଆରୀରୁ ସହାୟତା ରାଶି ପ୍ରଦାନ କରାଯିବା ନେଇ ସୂଚନା ରହିଛି । ଏନେଇ ଆଜି ବିଜ୍ଞପ୍ତି ଜାରି କରି ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ଗୁରୁବାର ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ସହାୟକ ରାଶି ପ୍ରଦାନ ନେଇ ବିଜ୍ଞପ୍ତି ଜାରି କରାଯାଇଛି।

ତେବେ ରାଜ୍ୟରେ ବର୍ତ୍ତମାନ ୫୫ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ସରକାର ପ୍ରଦାନ କରିବେ। ଏଥିପାଇଁ ବର୍ଷକୁ ରାଜକୋଷରୁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।