January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭୋର ୪ଟାରୁ ପହଣ୍ଡି,୬୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ…..

ମୋ ଟିଭି ଓଡିଶା / ପୁରୀ :

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ସେଠି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇ ସାରିଛି | ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି |ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ଭୋର୍ ୪ଟାରୁ ୬ଟା ମଧ୍ୟରେ ମହାପ୍ରଭୁଙ୍କ ପହଣ୍ଡି କରାଯିବ। ଦିନ ୧୧ଟା ୨୦ରୁ ୧୨ଟା ୪୫ ମଧ୍ୟରେ ଜଳ ବିଜେ, ପୂଜା ଓ ସ୍ନାନ ନୀତି ସଂପନ୍ନ ହେବ। ଅପରାହ୍ନ ୨ଟା ୪୦ରେ ଶ୍ରୀଜିଉଙ୍କ ହାତୀବେଶ ଆରମ୍ଭ ହେବ। ସନ୍ଧ୍ୟା ୬.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ସାହାଣ ମେଲା ଦର୍ଶନ ରହିଛି। ମହାପ୍ରଭୁଙ୍କ ଶୃଙ୍ଖଳିତ ଗଜାନନ ବେଶ ଦର୍ଶନ ପାଇଁ ପ୍ରସ୍ତୁତି କରିଛି ପ୍ରଶାସନ।ଏହାପରେ ରାତି ୧୦ଟା ୩୦ରୁ ଗୋଟାଏ ମଧ୍ୟରେ ବାହୁଡ଼ା ପହଣ୍ଡି ପାଇଁ ସମୟ ଧାର୍ଯ୍ୟ ହୋଇଛି। ସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨ ଜଣ ଅତରିକ୍ତ ଏସପି,୨୨ଜଣ ଡିଏସପି,୨୯୦ ରୁ ଉର୍ଦ୍ଧ୍ବ ସବ ଇନସପେକ୍ଟର, ସମୁଦାୟ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୋଲିସ ଫୋର୍ସ ମୁତୟନ ହେବେ। ୧୧୨ ହେଉଛି ପୋଲିସ ହେଲପ୍ ଲାଇନ୍ ନମ୍ବର। ସେ ଆହୁରି କହିଛନ୍ତି, ଶ୍ରୀମନ୍ଦିର ଭିତର ବେଢା଼ରେ ସ୍ୱତନ୍ତ୍ର ବ୍ୟବସ୍ଥା ସହ ଵାହାର ବେଢା଼ରେ ସହ ଚତୁର୍ପାର୍ଶ୍ୱରେ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଟ୍ରାଫିକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ସହ ଭିଆଇପି ଓ ଭିଭିଆଇପିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା।

ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ମରଚିକଟ ଛକରୁ ହୋଇଥିବା ବ୍ୟାରିକେଡରେ ପ୍ରବେଶ କରି ସିଂହଦ୍ଵାର ଦେଇ ସ୍ନାନବେଦୀରେ ଦର୍ଶନ କରିବେ। ପହଣ୍ଡି ସମୟରେ ଟିକେଟ୍ ଧାରୀମାନେ ଦକ୍ଷିଣ ଦ୍ବାରରେ ପ୍ରବେଶ କରିବେ। ମାର୍କେଟ ଛକରୁ ନୋ ଭେଇକିଲ୍ ଜୋନ୍। କେବଳ ପାସ୍ ଧାରୀ ମାନେ ମରଚିକୋଟ ଚକ ପର୍ଯ୍ୟନ୍ତ ଯାଇପାରିବେ। ପାର୍କିଂ ପାଇଁ ମଧ୍ୟ ବ୍ୟାପକ ବ୍ୟବସ୍ଥା ହୋଇଛି। ଭୁବନେଶ୍ୱରରୁ ଆସୁଥିବା ଯାନ ହରେକୃଷ୍ଣପୁର ଦେଇ ଶ୍ରୀସେତୁ ଦେଇ ଜେବିପିସିରେ ପାର୍କିଂ କରିବେ। ଶ୍ରୀମନ୍ଦିର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ହୋଇଛି। ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ଭକ୍ତମାନେ ପ୍ରବେଶ କରିବେ ଓ ବାକି ତିନିଦ୍ୱାର ଦେଇ ପ୍ରସ୍ଥାନ କରିବେ। ଛିନତାଇ, ଅପରାଧୀଙ୍କୁ ରୋକିବା ପାଇଁ ପୋଲିସ ମୁତୟନ ହେବେ। ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ସାହାଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପହଣ୍ଡି ସମୟରେ ଠାକୁରଙ୍କୁ ସ୍ପର୍ଶ ମନା। ବେଳାଭୂମିରେ ଲାଇଫଗାର୍ଡଙ୍କୁ ଦାୟିତ୍ୱ ଦିଆଯାଇଛି।

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।