MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମାଝୀଗୁଡା ରେ ପଞ୍ଚାୟତ ସ୍ତରୀୟ ନୂଆଁଖାଇ ଭେଟ କାର୍ଯ୍ୟକ୍ରମ ଅନୁଷ୍ଠିତ।

କଳାହାଣ୍ଡି:୧୭/୦୯
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମାଝୀଗୁଡା ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ନୂଆଁଖାଇ ଭେଟ ଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରାମ ର ଆରାଧ୍ୟ ଦେବତା ପ୍ରଭୁ ବର୍ଷେଲ ମାଝୀ ଙ୍କ ନିକଟରେ ପୂଜାର୍ଚ୍ଚନା କରିବା ପରେ ଉପସ୍ଥିତ ପଞ୍ଚାୟତ ବାସୀ ସମୂହ ନୂଆଁଖାଇ ଜୁହାର ଭେଟ ହୋଇଥିଲେ।

ଏହି ନୂଆଁଖାଇ ଭେଟ କାର୍ଯ୍ୟକ୍ରମ ଅବସର ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ସମ୍ମାନିତ ଅତିଥି ଭାବେ ପୂର୍ବତନ ବିଧାୟକ ମୋୖଷଧି ବାଗ, ଧର୍ମଗଡ ଉପଖଣ୍ଡ ଯାଦବ ସମାଜ ର ସଭାପତି ଦ୍ଵାରିକାନାଥ ବାଗ, ଜିଲ୍ଲା ପରିଷଦ ସଭ୍ୟ ତ୍ରିନାଥ ବାଗ, ଘନଶ୍ୟାମ ନାଏକ, ବିଜେପି ମଣ୍ଡଳ ସଭାପତି ଦୁର୍ଗା ପ୍ରଧାନୀ, ସମ୍ପାଦକ ତ୍ରିନାଥ ଶବର, ବ୍ଲକ ଯାଦବ ସମାଜ ସମ୍ପାଦକ ଧନସିଂ ବାଗ, ଆଇନଜୀବୀ ରସିକ ରାଜ ଦୁର୍ଗା ପ୍ରମୁଖ ମଞ୍ଚ ରେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ କୁ ଚୈତନ୍ୟ ପାଣିଗ୍ରାହୀ ମଞ୍ଚ ସଂଯୋଜନା କରିଥିଲେ। ନୂଆଁଖାଇ ହେଉଛି ଭାବ ଓ ସମ୍ପର୍କ ର ପର୍ଵ ଏଣୁ ଆମେ ସବୁ ରାଗରୁଷା ଭୁଲି ସମ୍ପର୍କ କୁ ନିବିଡ଼ କରିବା ବୋଳି ବିଧାୟକ ମତ ପ୍ରକାଶ କରିଥିଲେ।କାର୍ଯ୍ୟକ୍ରମ କୁ ମାଝୀଗୁଡା ଗ୍ରାମର ରଞ୍ଜିତ ପୋଢ଼,ତ୍ରିଲୋଚନ ବାଗ, ପରମେଶ୍ବର ପାଣିଗ୍ରାହୀ,ମୁକ୍ତେଶ୍ଵର ପୁଞ୍ଜି ଓ ଗ୍ରାମବାସୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।