MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ

ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ : ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ l


ବାଲିଗୁଡ଼ା:(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ ବ୍ଲକ୍ ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତର ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।

ସୂଚନା ପ୍ରକାରେ ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ୧୦୮ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ଅଛନ୍ତି ମାତ୍ର ଦୁଇ ଜଣ ଶିକ୍ଷକ । ସେହି ଦୁଇ ଜଣ ଶିକ୍ଷକ ମଧ୍ୟ ନିୟମିତ ଆସୁନଥିବା ଅଭିଯୋଗ ହୋଇଛି । ପ୍ରାୟ ଦୁଇ ବର୍ଷ ହେବ ବିଦ୍ୟାଳୟରେ ଏଭଳି ସମସ୍ୟା ଲାଗିରହିଥିବା ବେଳେ ଏନେଇ ବାରମ୍ବାର ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାଜନ୍ତ ପାତ୍ର ଓ ଗ୍ରାମବାସୀ କ.ନୁଆଗାଁ ଗୋଷ୍ଠୀ ଶିକ୍ଷାଧିକାରୀ ଓ ବିଡ଼ିଓଙ୍କୁ ଜଣାଇଥିଲେ ମଧ୍ୟ ଏଯାବତ୍ କୌଣସି ସୁଫଳ ମିଳିଲା ନାହଁ ।

ଯାହା ଫଳରେ ପିଲାଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟରେ ଗତିକରୁଛି । ଏଣୁ ଶୁକ୍ରବାର ସକାଳୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛୁ । ଯେପର୍ଯ୍ୟନ୍ତ ସ୍କୁଲରେ ଆବଶ୍ୟକ ଅନୁଯାୟୀ ଶିକ୍ଷକ ଦିଆନଯାଇଛି ସେପର୍ଯ୍ୟନ୍ତ ଆମେ ଏମିତି ଧାରଣାରେ ବସି ରହିବୁ ବୋଲି କହିଛନ୍ତି ଅଭିଭାବକ ଓ ଅଞ୍ଚଳବାସୀ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।