MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜଧାନୀକୁ ପୁଣି ଫେରିଲା ପଥୋତ୍ସବ ।

ମାଷ୍ଟରକ୍ୟାଣ୍ଟିନରୁ ରାମ ମନ୍ଦିର ଯାଏଁ ଜମିଲା ନାଚ ଗୀତର ଆସର । ସକାଳୁ ସକାଳୁ ମାଷ୍ଟର କ୍ୟାଣ୍ଟିନ୍ ଛକଠାରୁ ରାମ ମନ୍ଦିର ପର୍ୟ୍ୟନ୍ତ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ୍ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋରେ ମସଗୁଲ ହୋଇଥିଲେ ପିଲାଠୁ ବୟସ୍କ । ଆସନ୍ତା ୮ତାରିଖରୁ ଭୁବନେଶ୍ୱରରେ ୧୮ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏହା ପୂର୍ବରୁ ବିଭିନ୍ନ ସିଟି ଆକ୍ଟିଭେସନ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହେଉଛି ।

ଓଡ଼ିଶାକୁ ଆସୁଥିବା ପ୍ରବାସୀ ଭାରତୀୟମାନେ ବି ଏଭଳି ପଥୋତ୍ସବର ମଜା ନେଇ ପାରିବେ ।ଏହି ଉତ୍ସବରେ ବିଏମସି ପକ୍ଷରୁ ୨୦ରୁ ଅଧିକ ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରାଯାଇଥିଲା । ଆଗାମୀ ଦିନରେ ରାଜଧାନୀର ବିଭିନ୍ନ ପାର୍କରେ ଏଭଳି ମନୋରଞ୍ଜନ କାର୍ୟ୍ୟକ୍ରମ କରାଯିବ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି । ପଥୋତ୍ସବ ଉଦଘାଟନୀ କାର୍ୟ୍ୟକ୍ରମରେ ବିଏମସି ମେୟର ସୁଲୋଚନା ଦାସଙ୍କ ସମେତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏବଂ କୃଷ୍ଣଚନ୍ଦ୍ର ମହାପାତ୍ର, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀ, ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲ ସାମିଲ ହୋଇଥିଲେ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।