ସୁନ୍ଦରଗଡ଼ ( ଦେବେନ୍ଦ୍ର କୁମାର ଭିତ୍ରିଆ ) , ୨୮/୧୦:
ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ସମସ୍ତ ଅଧିକାରୀ, କର୍ମଚାରୀ ମାନଙ୍କୁ ସାଧୁତା ର ଶପଥ ପାଠ କରାଇଛନ୍ତି।
ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ରେ ଆଭାସି ମାଧ୍ୟମରେ ସୁନ୍ଦରଗଡ଼ ଜିଲ୍ଲା ର ସମସ୍ତ ଅଧିକାରୀ ମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ ।
ଏହି ଅବସର ରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ କୋଇଡା ବ୍ଲକ ଠାରେ ଏବଂ ଜିଲ୍ଲା କାର୍ଯ୍ୟାଳୟ ର ଓସ୍ୱାନ ହଲ ଠାରେ ସୁନ୍ଦରଗଡ଼ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଭିମନ୍ୟୁ ମାଝୀ,
ସୁନ୍ଦରଗଡ଼ ଭିଜିଲାନ୍ସ ୟୁନିଟ ର ଡି. ଏସ. ପି .ଶ୍ରୀ ଦୈତାରି ଘଡେ଼ଇ ଏବଂ ଅନ୍ୟାନ୍ୟ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଭିଜିଲାନ୍ସ ବିଭାଗର ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ଯୋଗ ଦେଇ ଦୁର୍ନୀତି ର ମୂଳୋତ୍ପାଟନ ନିମନ୍ତେ ଶପଥ ପାଠ କରିଥିଲେ। ସେହିପରି ସମସ୍ତ ବ୍ଲକ ଏବଂ ଜିଲ୍ଲା ର ସମସ୍ତ କାର୍ଯ୍ୟାଳୟ ମାନଙ୍କରେ ଏହି ଶପଥ ପାଠ କରାଯାଇଥିଲା।
More Stories
ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଶପଥ ପାଠ ଅନୁଷ୍ଠିତ
ଲୋକସେବା ଭବନରେ ରାଷ୍ଟ୍ରୀୟ ଏକତା ଦିବସ
ଜିଲ୍ଲା ବଞ୍ଜରା ସମାଜ ପକ୍ଷରୁ ଓଏଏସ ପାଇଥିବା ପ୍ରତିଭା ଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା।