MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୧୩ରେ ମତଦାନ: ବୁଥ୍‌ ମୁହାଁ ପୋଲିଂ କର୍ମଚାରୀ

ମୋଟିଭି ଓଡିଶା : ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ଏବଂ ସାମଗ୍ରିକ ଭାବେ ଦେଶର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମେ’ ୧୩ରେ ମତଦାନ ଅନୁଷ୍ଠିତ ହେବ। ରାଜ୍ୟରେ ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୪ଟି ଲୋକସଭା ଆସନ ପାଇଁ ୩୭ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଥିବା ବେଳେ ୨୮ଟି ବିଧାନସଭା ଆସନରେ ୨୪୩ ପ୍ରାର୍ଥୀ ନିର୍ବାଚନ ଲଢୁଥିବା ସିଇଓ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ୭ଟାରେ ଭୋଟିଂ ଆରମ୍ଭ ହେବ। ଉକ୍ତ ପର୍ଯ୍ୟାୟରେ ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ୍‌ଗ୍ରହଣ କରାଯିବ। ସେଥିପାଇଁ ଇଭିଏମ୍, ଭିଭିପାଟ୍ ଓ ଆନୁସଙ୍ଗିକ ସରଞ୍ଜାମ ଧରି ବୁଥ୍ ମୁହାଁ ପୋଲିଂ ପାର୍ଟି।

ଭୋଟ ଗ୍ରହଣ ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଏବଂ ସମ୍ପୃକ୍ତ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି।  ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ସର୍ବମୋଟ ୭ ହଜାର ୩୦୩ଟି ମତାଦନ କେନ୍ଦ୍ର(ବୁଥ୍‌) କରାଯାଇଥିବାବେଳେ ଏଥିରୁ ୬୦% ବୁଥ୍‌ରେ ୱେବକାଷ୍ଟିଂ କରାଯିବ। ୧୨୬୪ଟି ସମ୍ବେଦନଶୀଳ ମତଦାନ କେନ୍ଦ୍ର ଚିହ୍ନଟ ହୋଇଥିବା ବେଳେ ୬୬୨ ଆଦର୍ଶ ମତଦାନ କେନ୍ଦ୍ର ହୋଇଛି। ୭୧୫ କେନ୍ଦ୍ରରେ କେବଳ ମହିଳା ପୋଲିଂ କର୍ମଚାରୀ ଏବଂ ୩୯ଟି ଭୋଟଗ୍ରହଣ କେନ୍ଦ୍ରରେ କେବଳ ଭିନ୍ନକ୍ଷମ କର୍ମଚାରୀ ନିୟୋଜିତ ହୋଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।