MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ

ମୋଟିଭି ଓଡିଶା ବ୍ୟୁରୋ :

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ନିୟମିତ ଜାମିନ। ବୁଧବାର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଥିବା ବେଳେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ବୋଲି କହିଛନ୍ତି। ତେବେ ପୋଲିଂ ବୁଥ୍‌ରେ ଭଙ୍ଗାରୁଜା ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ନିକଟରେ ପ୍ରଶାନ୍ତଙ୍କୁ ୩ ଦିନର ଅନ୍ତରୀଣ ଜାମିନ ମିଳିଥିଲା।

ସୂଚନାଯୋଗ୍ୟ, ଗତ ୨୫ ତାରିଖରେ ବୋଲଗଡ଼ ବ୍ଲକ କାଉଁରିପାଟଣା ୧୧୪ ନଂ. ବୁଥ୍ରେ ଇଭିଏମ ଭାଙ୍ଗିବା ଅଭିଯୋଗରେ ପ୍ରଶାନ୍ତଙ୍କୁ ପୋଲିସ ଗିରଫ କରି ଖୋର୍ଦ୍ଧା ଜେଲକୁ ପଠାଇଥିଲା। ୨୮ତାରିଖ ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତେଣୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବାକୁ ସେ କୋର୍ଟରେ ଆବେଦନ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ସ୍ବତନ୍ତ୍ର ଟିମ ଜେଲ ପରିସରରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ତାଙ୍କର ଅଧିକ ଚିକିତ୍ସା ପାଇଁ ୨୯ତାରିଖ ଭୋର ୪ଟାରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ କଡ଼ା ସୁରକ୍ଷା ବଳୟ ଭିତରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ ତାଙ୍କ ଶରୀରରେ ମଧୁମେହର ପରିମାଣ ଅଧିକ ରହିଥିବା ଜଣାପଡ଼ିଥିଲା। ନିକଟରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ସେ ଆବେଦନ କରିଥିଲେ। ପୁତୁରାଙ୍କ ଶୁଦ୍ଧିକ୍ରିୟାରେ ଜଗଦ୍ଦେବ ଯୋଗଦେବା ପାଇଁ ବରିଷ୍ଠ ଓକିଲ ପ୍ରଭାତ ଦାସ କୋର୍ଟରେ ଜାମିନ ଆବେଦନ କରିଥିଲେ। ସରକାରୀ ଓକିଲ ଏବଂ ଜଗଦ୍ଦେବଙ୍କ ଓକିଲଙ୍କ ପକ୍ଷ ଶୁଣିବା ପରେ କୋର୍ଟ ତାଙ୍କୁ ୩ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।