January 9, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲେ ମୁଖ୍ୟ ଶାସନ ସଚିବ।

ଆଜିଠାରୁ ବହୁଚର୍ଚ୍ଚିତ ‘ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ’ । କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ପ୍ରବାସୀ ଅତିଥିଙ୍କ ଆଗମନ ମଧ୍ୟ ଆରମ୍ଭ ହୋଇଗଲାଣି । ଏହାରି ଭିତରେ ଦେଶରେ ଚିହ୍ନଟ ହୋଇଥିବା ନୂଆ ଭାଇରସ ଚିନ୍ତା ବଢାଇଛି । ତେବେ ଏହି ସଂକ୍ରମଣ ଆଶଙ୍କାକୁ ମଧ୍ୟ ଦୃଷ୍ଟିରେ ରଖିଛନ୍ତି କେନ୍ଦ୍ର ଓ ରାଜ୍ୟ ସରକାର । କେନ୍ଦ୍ରର ସତର୍କତା ଅନୁସାର କାର୍ଯ୍ୟକ୍ରମକୁ ଆୟୋଜିତ କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ସଚିବ ଅରୁଣ କୁମାର ଚାଟାର୍ଜୀ ଓ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ।

କାର୍ଯ୍ୟକ୍ରମ ପୂର୍ବରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ହୋଇଛି ସାମ୍ବାଦିକ ସମ୍ମିଳନୀ । ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ସଚିବ ଅରୁଣ କୁମାର ଚାଟାର୍ଜୀ କହିଛନ୍ତି,”ଭାରତ ସରକାରଙ୍କ ପୂର୍ବଦୋୟ ବିକାଶ ଯୋଜନା ଅନୁସାରେ ଏଥର ଓଡିଶାରେ ପ୍ରବାସୀ ଭାରତୀୟ ସମ୍ମିଳନୀର ୧୮ ତମ ସଂସ୍କରଣ । ଐତିହାସିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଦୃଷ୍ଟି କୋଣରୁ ଓଡିଶାରେ ହେବାକୁ ଯାଉଛି ପ୍ରବସୀ ଭାରତୀୟ ଦିବସ । ଯୁବ ସମାବେଶରୁ ଆରମ୍ଭ ହେବ ତିନି ଦିନିଆ ପ୍ରବାସୀ ଭାରତୀୟ ସମ୍ମଳନୀ । ଯୁବ ଦିବସ ପରେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସମ୍ଭାବନା ନେଇ ପ୍ରବସୀମାନଙ୍କ ସହିତ ଘରୋଇ ହୋଟେଲରେ ଆଲୋଚନା ହେବ । ଯେଉଁଥିରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏବଂ କେନ୍ଦ୍ର ଯୁବ ବ୍ୟାପାର ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ ।”

ସେ ଆହୁରି ମଧ୍ୟ କହିଛନ୍ତି,”୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଉଦଘାଟନ କରିବା ସହ ସମ୍ବୋଧିତ କରିବେ । ପ୍ରବାସୀ ଭାରତୀୟ ମାନଙ୍କୁ ଦେଶର ବିଭିନ୍ନ ପର୍ଯ୍ୟଟନ ସ୍ଥଳ ବୁଲାଇବା ପାଇଁ ତିନି ଦିନ ଧରି ଚାଲିବାକୁ ଥିବା ପ୍ରବାସୀ ଭାରତୀୟ ଏକ୍ସପ୍ରେସକୁ ଶୁଭାରମ୍ଭ କରିବେ । ଅପରାହ୍ନରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରବାସୀ ଭାରତୀୟ ମାନଙ୍କ ସହ ବିକଶିତ ଭାରତ ୨୦୪୭ ବିଷୟରେ ଆଲୋଚନା କରିବେ । ୧୦ ତାରିଖରେ ଉଦଯାପନୀ ଉତ୍ସବରେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ତିନି ଦିନିଆ ସମ୍ମିଳନୀରେ ଓଡିଶା ଏବଂ ଦେଶ ବିକାଶରେ ଥିବା ବିଭିନ୍ନ ସମ୍ଭାବନା ବିଷୟରେ ପ୍ରବାସୀମାନଙ୍କ ସହ ଆଲୋଚନା ହେବ ।”

ଓଡିଶା ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା କହିଛନ୍ତି,” ମହିଳାମାନଙ୍କ ପାଇଁ ସ୍ୱତନ୍ତ୍ର ଭାବେ ପ୍ରବାସୀ ଦିବସର ବ୍ୟବସ୍ଥା ହୋଇଛି । ଏହା ସହ ବିଭିନ୍ନ ପ୍ଲେନାରି ସେସନରେ ପ୍ରତିଷ୍ଠିତ ବ୍ୟକ୍ତି ବିଶେଷମାନେ ପ୍ରବାସୀମାନଙ୍କ ସହ ଆଲୋଚନା କରିବେ । ଏହି ଉତ୍ସବକୁ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପ୍ରଦର୍ଶନ କରିବା ସହ ପ୍ରତି ସନ୍ଧ୍ୟାରେ ସଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ଶିଖ ଶେଖାୱାତ ନିର୍ଦ୍ଦିଷ୍ଟ ସେସନରେ ଯୋଗ ଦେଇ ପ୍ରବାସୀମାନଙ୍କ ସହ ଆଲୋଚନା କରିବେ । “

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news