MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜାତୀୟ ଶିକ୍ଷାନୀତି ୨୦୨୦ଲାଗୁ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ।

ଆଜିଠୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ୩ଦିନିଆ ଏନଇପି କର୍ମଶାଳା । ୨୦୨୫-୨୬ ଶିକ୍ଷାବର୍ଷରୁ ପର୍ୟ୍ୟାୟକ୍ରମେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ କରିବାକୁ ଯୋଜନା ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର। ଆଜିଠୁ ଲୋକସେବା ଭବନ ଆରମ୍ଭ ହୋଇଛି କର୍ମଶାଳା । ସମ୍ମିଳନୀ କକ୍ଷରେ ହେବାକୁ ଥିବା କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କର୍ମଶାଳାରେ ସାମିଲ ହୋଇଛନ୍ତି। ପ୍ରଥମ ପର୍ୟ୍ୟାୟରେ ଏନ୍‌ଇପିର କାର୍ୟ୍ୟକାରୀ ଓ ସ୍ଥାନୀୟ ପ୍ରସଙ୍ଗୀକରଣ ସହ ଜାତୀୟ ପାଠ୍ୟକ୍ରମ ରୂପରେଖ ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଘୋଷଣା କରିସାରିଛି। ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ପିଲାଙ୍କୁ ୬ବର୍ଷ ବୟସ ହେବା ବାଧ୍ୟତାମୂଳକ। ୬ବର୍ଷ ବୟସ ହୋଇନଥିଲେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ମିଳିବନି ଅନୁମତି। ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ଏହା ସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ। ଏଠାରେ ୫ରୁ ୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ। ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ୟ୍ୟକାରୀ ପାଇଁ ପଦକ୍ଷେପ ନିଆଯାଇଛି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।